ଯୁକ୍ତ ୨ ପରୀକ୍ଷା ଲାଗି ନିୟମ କଡ଼ାକଡ଼ି: ପ୍ରଶ୍ନପତ୍ରରେ ଚିହ୍ନ ମାରିଲେ ହେବେ ଏମ୍‌ପି

ଭୁବନେଶ୍ୱର, ୨୪।୨(ବ୍ୟୁରୋ)- ସିଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ପରୀକ୍ଷାକୁ କଡ଼ାକଡ଼ି କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ପ୍ରଶ୍ନପତ୍ରରେ କୌଣସି ପରୀକ୍ଷାର୍ଥୀ ଚିହ୍ନ ମାରିପାରିବେ ନାହିଁ। କେବଳ ପ୍ରଶ୍ନ ପଢ଼ିବେ ଏବଂ ଉତ୍ତରଖାତାରେ ଯାହା ଉତ୍ତର ଲେଖିବେ। ଯଦି ଛାତ୍ରୀଛାତ୍ର ପ୍ରଶ୍ନପତ୍ରରେ କିଛି ଲେଖିଲେ ବା ଚିହ୍ନ ମାରିଲେ, ସମ୍ପୃକ୍ତ ପରୀକ୍ଷାର୍ଥୀଙ୍କୁ ଏମ୍‌ପି କରାଯିବ। ଏଥିସହିତ ପରୀକ୍ଷା ଶେଷ ହେବା ପୂର୍ବରୁ ପରୀକ୍ଷା କେନ୍ଦ୍ର ଛାଡ଼ିଲେ ପରୀକ୍ଷାର୍ଥୀମାନେ ପ୍ରଶ୍ନପତ୍ର ସାଙ୍ଗରେ ନେଇପାରିବେ ନାହିଁ ବୋଲି ନିୟମ କରାଯାଇଛି। ସକାଳ ୯ଟା ୩୦ସୁଦ୍ଧା ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବ। ୧୦ଟାରେ ପରୀକ୍ଷା ଆରମ୍ଭ ହେବ। ୩୦ମିନିଟ ପୂର୍ବରୁ ଛାତ୍ରୀଛାତ୍ର ହଲ୍‌ରେ ବସିବେ। ୧୦ଟାରେ ପ୍ରଶ୍ନପତ୍ର ବଣ୍ଟାଯିବ। ୧୫ ମିନଟ୍‌ ମଧ୍ୟରେ ବଳକା ପ୍ରଶ୍ନପତ୍ର ସିଲ୍‌ କରାଯିବ। ୧୦ଟା ୩୦ ପରେ କୌଣସି ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ପାଇଁ ଅନୁମତି ମିଳିବ ନାହିଁ। ଉତ୍ତରଖାତାର ବଳକା ଫର୍ଦ୍ଦରେ କ୍ରସ୍‌ ମାର୍କ କରିବାକୁ ନିର୍ଦ୍ଦେଶ ରହିଛି।

ଚଳିତବର୍ଷ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସି କ୍ୟାମେରା ବାଧ୍ୟତାମୂଳକ କରାଯାଇଛି। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ ଓ ଅନ୍ୟାନ୍ୟ ବୈଦ୍ୟୁତିକ ଉପକରଣକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ପରୀକ୍ଷା ଦାୟିତ୍ୱରେ ଥିବା ଅଧ୍ୟାପକମାନେ ମଧ୍ୟ ମୋବାଇଲ ବ୍ୟବହାର କରିପାରିବେ ନାହିଁ। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପୂର୍ବରୁ ସମସ୍ତ ଅଧିକାରୀ, ଅବଜର୍ଭର, ସ୍କ୍ବାଡ୍‌ ମେମ୍ବର, ଜିଲା ପ୍ରଶାସନିକ ଅଧିକାରୀ ଏବଂ ଅନ୍ୟ କର୍ମଚାରୀମାନେ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ନିକଟରେ ମୋବାଇଲ ଫୋନ ଦାଖଲ କରିବେ। ପ୍ରଶ୍ନପତ୍ର ଓ ଉତ୍ତରଖାତା ଲାଗି ୨୦୨ଟି ହବ୍‌ କେନ୍ଦ୍ର ବ୍ୟବସ୍ଥା ହୋଇଛି। ପରୀକ୍ଷା ଶେଷ ହେବା ପରେ ସେହିଦିନ ସନ୍ଧ୍ୟା ସୁଦ୍ଧା ପରୀକ୍ଷା କେନ୍ଦ୍ରରୁ ଉତ୍ତରଖାତା ସୁରକ୍ଷିତ ଭାବେ ନିଆଯାଇ ହବ୍‌ କେନ୍ଦ୍ରରେ ରଖାଯିବ। ତେବେ ଯେଉଁ ପରୀକ୍ଷାକେନ୍ଦ୍ରଗୁଡ଼ିକ ହବ୍‌ ସେଣ୍ଟରଠାରୁ ୧୦୦କିମିରୁ ଦୂରରେ ରହିଥିବ କିମ୍ବା ସେପରି କିଛି ପରିସ୍ଥିତି ସୃଷ୍ଟି ହେଲା, ତାହା ହେଲେ ସମ୍ପୃକ୍ତ ପରୀକ୍ଷା କେନ୍ଦ୍ରରେ ସୁରକ୍ଷା ବଳୟରେ ସମସ୍ତ ଉତ୍ତର ଖାତା ରଖାଯିବ। ୨୪ଘଣ୍ଟା ମଧ୍ୟରେ ହବ୍‌ରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri