Posted inଜାତୀୟ

ସିଡିଏସ୍‌ ନିଯୁକ୍ତି ଲାଗି ବଦଳିଲା ନିୟମ

ନୂଆଦିଲ୍ଲୀ,୮।୬: ଦେଶର ପରବର୍ତ୍ତୀ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ନିଯୁକ୍ତି ଲାଗି କେନ୍ଦ୍ର ସରକାର ପ୍ରତିରକ୍ଷା ନିୟମାବଳୀରେ ସଂଶୋଧନ କରିଛନ୍ତି। ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୬୨ ବର୍ଷରୁ କମ୍‌ କାର୍ଯ୍ୟରତ କିମ୍ବା ଅବସରପ୍ରାପ୍ତ ଲ୍ୟୁଟ୍‌ନାଣ୍ଟ ଜେନେରାଲ, ଏୟାର ମାର୍ଶାଲ ଏବଂ ଭାଇସ ଆଡମିରାଲ ଏହି ପଦବୀ ଲାଗି ଯୋଗ୍ୟ ବିବେଚିତ ହୋଇପାରିବେ। ସଂଶୋଧିତ ନିୟମ ଅନୁଯାୟୀ ସ୍ଥଳସେନା, ବାୟୁସେନା ଓ ନୌସେନାର କାର୍ଯ୍ୟରତ ମୁଖ୍ୟମାନଙ୍କ ସମେତ ଉପରୋକ୍ତ ଅଧିକାରୀମାନଙ୍କୁ ସୈନ୍ୟବାହିନୀର ସର୍ବୋଚ୍ଚ ପଦବୀରେ ନିଯୁକ୍ତି ପାଇଁ ବିଚାରକୁ ନିଆଯାଇପାରିବ।
ସୂଚନାଯୋଗ୍ୟ, ଗତବର୍ଷ ଡିସେମ୍ବର ୮ରେ ଦେଶର ପ୍ରଥମ ସିଡିଏସ୍‌ ଜେନେରାଲ ବିପିନ ରାଓ୍ବତଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ ଏହି ପଦବୀ ଖାଲି ପଡ଼ିଛି। ଉକ୍ତ ପଦବୀ ପୂରଣ ଲାଗି ସରକାର ସୋମବାର ବାୟୁସେନା, ସ୍ଥଳସେନା ଓ ନୌସେନା ପାଇଁ ଅଲଗା ବିଜ୍ଞପ୍ତି ଜାରି କରିଛନ୍ତି। ସାର୍ବଜନିକ ସ୍ବାର୍ଥ ଦୃଷ୍ଟିରୁ ଜରୁରୀ ଅନୁଭବ କଲେ, କେନ୍ଦ୍ର ସରକାର ୬୨ ବର୍ଷ ହୋଇ ନ ଥିବା ଉପରୋକ୍ତ ଯେକୌଣସି ଅଧିକାରୀଙ୍କୁ ସିଡିଏସ୍‌ ନିଯୁକ୍ତ କରିପାରିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ସରକାର ଆବଶ୍ୟକ ମନେକଲେ ସିଡିଏସ୍‌ଙ୍କ ସର୍ବାଧିକ ବୟସ ୬୫ ବର୍ଷ ପରେ ମଧ୍ୟ ବଢ଼ାଇପାରିବେ। ସେନାର ୩ ବାହିନୀର କାର୍ଯ୍ୟ ମଧ୍ୟରେ ସମନ୍ବୟ ରକ୍ଷା କରିବା ଓ ଦେଶର ସାମରିକ ଶକ୍ତି ବୃଦ୍ଧି କରିବା ପାଇଁ ଜେନେରାଲ ରାଓ୍ବତ ୨୦୨୦ ଜାନୁୟାରୀ ୧ରେ ପ୍ରଥମ ସିଡିଏସ୍‌ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri