ଭୁବନେଶ୍ୱର,୧୬।୧: ରାଜ୍ୟ ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବଢ଼ିପାରେ। ଏ ନେଇ ରାଜସ୍ଥାନ ଜୟପୁର ଚିନ୍ତନ ଶିବିରରେ କେନ୍ଦ୍ରକୁ ପ୍ରସ୍ତାବ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ କାର୍ଯ୍ୟରତ ମହିଳାଙ୍କ ପାଇଁ ହଷ୍ଟେଲ ସୁବିଧା ନେଇ ପ୍ରସ୍ତାବ ଦିଆଯାଇଛି। କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରାଳୟ ବିଚାର କରୁଛି। ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ବି ଆଲୋଚନା ହୋଇଛି ।