ଆଜି ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୫।୩(ବ୍ୟୁରୋ): ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଶୁକ୍ରବାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବା ନେଇ ଗୁରୁବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, ସମସ୍ତ ସରକାରୀ ଓ ଘରୋଇ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି। ସେହିପରି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।

Share