ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ…

ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି ଚାନ୍ଦବାଲି-ପୁରୀ ବନ୍ଦରକୁ ମଧ୍ୟ ୧୦ନଂ ବିପଦ ସଙ୍କେତ, ଗୋପାଳପୁର ବନ୍ଦରକୁ ୮ନଂ ବିପଦ ସଙ୍କେତ ଜାରି କରାଯାଇଛି। ତେବେ ବାତ୍ୟା ‘ଦାନା’ ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ବହିବା ଆରମ୍ଭ ହୋଇଛି। ୨ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହୁଥିବା ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

Share