Posted inଜାତୀୟ

ଏବେ ଖୋଲିବ ନାହିଁ ଶମ୍ଭୁ ବର୍ଡର

ନୂଆଦିଲ୍ଲୀ, ୨୪।୭:ଅନେକ ଦିନ ଧରି ବନ୍ଦ ରହିଥିବା ଶମ୍ଭୁ ବର୍ଡର ଖୋଲିବ ନା ନାହିଁ ସେନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। କୃଷକଙ୍କ ଆନ୍ଦୋଳନକୁ ଦୃଷ୍ଟିରେ ରଖି ଶମ୍ଭୁ ବର୍ଡର ଖୋଲିବା ନେଇ ପଞ୍ଜାବ ଓ ହରିୟାଣା ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ହରିୟାଣା ସରକାର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ, ଜଷ୍ଟିସ୍‌ ଦୀପଙ୍କର ଦତ୍ତା ଓ ଜଷ୍ଟିସ ଉଜ୍ଜଳ ଭୁଇୟାଁଙ୍କୁ ନେଇ ଗଠିତ ଖଣ୍ଡପୀଠ ହରିୟାଣା ସରକାରଙ୍କ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି କରି ଶମ୍ଭୁ ବର୍ଡରରେ ସ୍ଥିତି ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ କହିଛନ୍ତି, ବଡ଼ ପ୍ରସଙ୍ଗ ଉପରେ ଧ୍ୟାନ କେନ୍ଦ୍ରିତ କରାଯିବାର ଆବଶ୍ୟକତା ରହିଛି। କୃଷକ ଏବଂ ସରକାରଙ୍କ ମଧ୍ୟରେ ବିଶ୍ୱାସର ଅଭାବ ସୃଷ୍ଟି ହୋଇଛି। ତେଣୁ ମାମଲାର ସମାଧାନ ପାଇଁ ନିରପେକ୍ଷ ବ୍ୟକ୍ତିମାନେ ଚାଷୀଙ୍କ ସହ ବାର୍ତ୍ତାଳାପ କରି ସେମାନଙ୍କ ସମସ୍ୟା ଓ ଦାବି ସମ୍ପର୍କରେ ଜାଣିବାର ଆବଶ୍ୟକତା ରହିଛି। ସେଥିପାଇଁ ଏକ ସ୍ବତନ୍ତ୍ର କମିଟି ଗଠନ ପାଇଁ ସୁପ୍ରିମକୋର୍ଟ ପ୍ରସ୍ତାବ ଦେଇଛନ୍ତି। ଏଥିନିମନ୍ତେ ବିଭିନ୍ନ ବିଶିଷ୍ଟ ବ୍ୟକ୍ତିଙ୍କ ନାମ ପରାମର୍ଶ ଦେବାକୁ ପଞ୍ଜାବ ଓ ହରିୟାଣା ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସପ୍ତାହରେ ଏହି ମାମଲାର ପୁଣି ଥରେ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri