ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ, ୧।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ବନ୍ଦ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟର ବନ୍ୟଜନ୍ତୁ ଏବଂ ପାଦଦେଶରେ ବସବାସ କରୁଥିବା ଗ୍ରାମବାସୀଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା କରି ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପକୁ ପର୍ଯ୍ୟଟକମାନଙ୍କ ପ୍ରବେଶ ବନ୍ଦ କରାଯାଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ଏମ୍‌. ଯୋଗମାୟାନନ୍ଦ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଶିମିଳିପାଳର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ମନୋରମ ଦୃଶ୍ୟକୁ ଉପଭୋଗ କରିବା ପାଇଁ ପର୍ଯ୍ୟଟକଙ୍କ ପାଇଁ ପ୍ରତିବର୍ଷ ନଭେମ୍ବର ପହିଲାରୁ ଜୁନ ଶେଷ ପର୍ଯ୍ୟନ୍ତ ଖୋଲାଯାଇଥାଏ। ତେବେ ଚଳିତ ବର୍ଷ କରୋନା ସଂକ୍ରମଣ ଜିଲା ତଥା ଦେଶରେ ତୀବ୍ର ଗତିରେ ବୃଦ୍ଧି ପାଉଥିବାରୁ ନିର୍ଦ୍ଧାରିତ ସମୟର ୨ମାସ ପୂର୍ବରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି।

Share