ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ

ପୁରୀ,୨୯ା୧୦(ଅଜିତ୍‌ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ପରେ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଦତ୍ତ ମହାପାତ୍ର ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ବନକଲାଗିରେ ମୁଖ୍ୟତଃ ପ୍ରାକୃତିକ ରଙ୍ଗର ବ୍ୟବହାର କରାଯାଇଥାଏ। ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧରଣ ଦର୍ଶନ ବନ୍ଦ ରହିବ।

ଦତ୍ତମହାପାତ୍ର ସେବକମାନେ ନୀତି ଶେଷକରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହଙ୍କର ମହାସ୍ନାନ ନୀତି ସମ୍ପନ୍ନ କରାଯିବା ପରେ ଅନ୍ୟାନ୍ୟ ନୀତି ବଢ଼ିବା ସହ ଦର୍ଶନ ଆରମ୍ଭ ହେବ। ତେବେ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ

କୁଚିଣ୍ଡା,୨୦ା୪(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ...

୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

କେନ୍ଦ୍ରାପଡ଼ା,୨୦ା୪(ଜଗନ୍ନାଥ ଧଳ): ସଦର ଥାନା ଅନ୍ତର୍ଗତ ଦୁହୁରିଆ ଛକରେ ପଟ୍ଟାମୁଣ୍ଡାଇ ଆଡୁ ଆସୁଥିବା ପୃଥ୍ବୀରାଜ ଯାତ୍ରା ପାର୍ଟିର ଏକ ଟ୍ରକ ଭାରସାମ୍ୟ ହରାଇ ଜିଲା ଶିକ୍ଷାଅଧିକାରୀ୍‌ଙ୍କ...

ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା...

କ’ଣ ସତରେ ମଣିଷର ପ୍ରାଇଭେଟ ପାର୍ଟ ହୋଇଯାଏ ହାଡ? ଏହି ଘଟଣା ଜାଣିଲେ ସହଜରେ ବିଶ୍ୱାସ କରିବେନି

ଆପଣ ଚିକିତ୍ସା ବିଜ୍ଞାନରେ ଅନେକ ଅଜବ ଘଟଣା ଶୁଣିଥିବେ। କିଛି ଲୋକଙ୍କର ଏପରି ବିରଳ ରୋଗ ଅଛି ଯେ ଡାକ୍ତର ମଧ୍ୟ ସେଗୁଡ଼ିକ ବିଷୟରେ ଜାଣି...

Oldest Penguin: ସବୁଠୁ ବୟସ୍କ ପେଙ୍ଗୁଇନ୍‌

ଲଣ୍ଡନ: ବେଳେବେଳେ ଅନେକ ପ୍ରାଣୀ ସେମାନଙ୍କର ସାଧାରଣ ଜୀବନକାଳଠାରୁ ଅଧିକ ସମୟ ପର୍ଯ୍ୟନ୍ତ ବଞ୍ଚତ୍ରହି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥାନ୍ତି। ଏହିପରି ଏକ ପ୍ରାଣୀ ନିକଟରେ ଚର୍ଚ୍ଚାରେ...

ବାରାହା ମାଂସ ଜବତ: ୩ ଗିରଫ

ନୂଆପଡ଼ା, ୨୦।୪ (ମକାରୁ ବେମାଲ): ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନଙ୍କ ନିର୍ଦ୍ଦେଶ କ୍ରମେ କୋମନା ବନାଞ୍ଚଳ ଅଧିକାରୀ ଚଢ଼ଉ କରି ବାରହା ଶିକାର ଅଭିଯୋଗରେ...

ଅଛନ୍ତି ଏଲିୟନ୍‌! ମିଳିଲା ସଙ୍କେତ

ଲଣ୍ଡନ, ୨୦।୪: ଭାରତୀୟ-ବ୍ରିଟିଶ ଜ୍ୟୋତିର୍ବିଜ୍ଞାନୀ ଡକ୍ଟର ନିକ୍କୁ ମଧୁସୂଦନ ଏବଂ କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ତାଙ୍କ ଟିମ୍‌ ପକ୍ଷରୁ କେ୨-୧୮ବି ନାମକ ଏକ ଦୂରବର୍ତ୍ତୀ ଗ୍ରହରେ ଏଲିୟନ୍‌...

କିନ୍ନର ବେଶରେ କରିଥିଲେ ପିଲାଚୋରି, ଚୋରଙ୍କୁ ଏମିତି ଧରିଲେ ଆଉ ଜଣେ କିନ୍ନର

ଯାଜପୁର,୨୦ା୪: କିନ୍ନର ବେଶରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାରୁ ଏକ ଶିଶୁକନ୍ୟା ଚୋରି ହୋଇଥିଲା। ତେବେ ଏହି ଶିଶୁକନ୍ୟାକୁ କିନ୍ନର ବେଶରେ ଜଣେ ଚୋରି କରିଆଣିଥିଲେ। ଶେଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image