ଆମେରିକାରେ ସ୍ଥିତି ଅଣାୟତ୍ତ: ୨୪ ଘଣ୍ଟାରେ ୭୦ ହଜାର ନୂଆ ଆକ୍ରାନ୍ତ

ଓ୍ବାଶିଂଟନ, ୧୧।୭: କରୋନା ମହାମାରୀ ସଂକ୍ରମଣରେ ଆମେରିକାରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଏହା ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭୦ ହଜାରରୁ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଶନିବାର ସୁଦ୍ଧା ଏଠାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨ ଲକ୍ଷ ୯୧ ହଜାର ୭୮୬ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ଲକ୍ଷେ ୩୬ ହଜାର ୬୭୧ରେ ଛୁଇଁଛି। ଇତିମଧ୍ୟରେ ୧୪ ଲକ୍ଷ ୬୦ ହଜାର ୪୯୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ଆମେରିକା କହିଛି। ସୂଚନାଯୋଗ୍ୟ, ପୃଥିବୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କୋଟିଏ ୨୬ ଲକ୍ଷ ୪୨ ହଜାର ୬୮୬ରେ ପହଞ୍ଚିଛି। ଅପରପକ୍ଷରେ ମୃତକଙ୍କ ସଂଖ୍ୟା ୫ ଲକ୍ଷ ୬୩ ହଜାର ୧୭୩ ଛୁଇଁଛି। ଶନିବାର ସୁଦ୍ଧା ୭୩ ଲକ୍ଷ ୭୯ ହଜାର ୪୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ଓ୍ବାଲର୍‌ଡ କରୋନା ମିଟର ତଥ୍ୟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଏହି ଗାଁରେ ଜନ୍ମ ନେଇଥିଲେ ମନମୋହନ, ଏବେ ତାଙ୍କ ନାମରେ ନିର୍ମାଣ ହୋଇଛି ସ୍କୁଲ; ପ୍ରଧାନମନ୍ତ୍ରୀ ହେବା ପରେ…

ନୂଆଦିଲ୍ଲୀ,୨୬।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ...

ଜୀବନ୍ତ ନୋଷ୍ଟ୍ରାଡାମସଙ୍କ ଭବିଷ୍ୟବାଣୀ, ମାତ୍ର କିଛି ମାସ ମଧ୍ୟରେ ଜନ୍ମନେବ ସବୁଠାରୁ ବୁଦ୍ଧିମାନ ବ୍ୟକ୍ତି, ଛୁଇଁପାରିବନି କୌଣସି ରୋଗ!

ବ୍ରାସିଲିଆ,୨୬।୧୨: ୨୦୨୪ ବର୍ଷ ଶେଷ ପାଇଁ କେବଳ ୫ଦିନ ବାକି ଅଛି ଏବଂ ସମଗ୍ର ବିଶ୍ୱରେ ଲୋକମାନେ ନୂତନ ବର୍ଷର ଆଗମନକୁ ଅପେକ୍ଷା କରି ରହିଛନ୍ତି।...

ପାଣି ଉପରେ କବ୍‌ଜା କରିବ ଚାଇନା! ତିବ୍ବତରେ ନିର୍ମାଣ କରିବ ବିଶ୍ୱର ସର୍ବବୃହତ୍ତ ହାଇଡ୍ରୋ ପାଓ୍ବାର ପ୍ରୋଜେକ୍ଟ

ବେଜିଂ/ନୂଆଦିଲ୍ଲୀ,୨୬।୧୨: ଚାଇନା ବିଶ୍ୱର ବୃହତ୍ତମ ଜଳ ବିଦ୍ୟୁତ ବନ୍ଧ ବା ହାଇଡ୍ରୋପାଓ୍ବାର ପ୍ରକଳ୍ପକୁ ଅନୁମୋଦନ କରିଛି। ଏହି ବନ୍ଧଟି ତିବ୍ଦତୀୟ ମାଳଭୂମିର ପୂର୍ବ ଭାଗରେ ନିର୍ମାଣ...

କ୍ରିସ୍‌ମସ୍‌ରେ ବି ଛାଡ଼ିଲାନି ରୁଷିଆ

କିଭ୍‌,୨୬ା୧୨: ଧରାପୃଷ୍ଠରେ ଯୀଶୁଙ୍କ ଅବତରଣକୁ ନେଇ ବୁଧବାର ବିଶ୍ୱବାସୀ କ୍ରିସ୍‌ମସ ପାଳନରେ ମସ୍‌ଗୁଲ ଥିବାବେଳେ ୟୁକ୍ରେନ୍‌ ଉପରେ ଘନ ଘନ ଆକ୍ରମଣ କରିଛି ରୁଷିଆ। ୟୁକ୍ରେନ୍‌ର...

ପଡ଼ୋଶୀ ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ୪୬ ମୃତ, ଜବାବ ଦିଆଯିବ ବୋଲି କହିଲା…

କାବୁଲ, ୨୫।୧୨: ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍‌। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ...

କାଜାକିସ୍ତାନ ବିମାନ ଦୁର୍ଘଟଣାର ଭୟଙ୍କର ଭିଡିଓ ଆସିଲା ସାମ୍ନାକୁ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ ବୁଧବାର କାଜାକିସ୍ତାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା କାଜାକିସ୍ତାନର ଅକଟାଉ ସହର ନିକଟରେ ଘଟିଛି। ବିମାନଟି ଆଜେରବାଇଜାନରୁ...

ରୁଷିଆ ଯାଉଥିବା ବିମାନ କ୍ରାସ୍‌, ୬୬ ମୃତ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ବିମାନଟି ବାକୁ ବିମାନବନ୍ଦରରୁ ଉଡ଼ାଣ ଭରିଥିଲା ଯେଉଁଥିରେ ୭୨ରୁ ଅଧିକ...

ଜେଲରୁ ବାହାରିବେ ଇମ୍ରାନ ଖାନ!

ଇସଲାମାବାଦ,୨୫।୧୨: ରାଜନୈତିକ ବିବାଦର ସମାଧାନ ପାଇଁ ପାକିସ୍ତାନ ସରକାର ବର୍ତ୍ତମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ବିରୋଧୀ ଦଳ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ମୁଖ୍ୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri