ମନ୍ଦିରରୁ ଚୋରି କରିଥିବା ଯୁବକଙ୍କୁ ଡରାଉଥିଲା ନାଗ

ଡେଲାଙ୍ଗ,୨୬।୧୦(ଡି.ଏନ୍‌.ଏ.): ଏକ ମନ୍ଦିରରୁ ଚୋରି ଘଟଣାରେ ଜଣେ ଯୁବକଙ୍କୁ ଧରିଛି ପୋଲିସ । ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଅଞ୍ଚଳ ପିତାପଲ୍ଲୀର ରଶ୍ମିରଞ୍ଜନ ପ୍ରଧାନ(୨୪)। ସେ ଧରା ପଡ଼ିବା ପରେ କହିଛନ୍ତି , ଚୋରି କଲା ପରେ ତାଙ୍କୁ ନାଗ ସାପ ଭୟ ଘାରିଥିଲା। ସେ ଘରୁ ବାହାରି ପାରି ନଥିଲେ।

ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏକ ଶିବ ମନ୍ଦିର ହୁଣ୍ଡିରୁ ଅଭିଯୁକ୍ତ ଟଙ୍କା ଚୋରି କରିଥିଲେ। ଅଭିଯୁକ୍ତ ମନ୍ଦିରରେ ପଶି କମିଟି ସଦସ୍ୟଙ୍କୁ ବାହାରପଟୁ କବାଟ ଦେଇ ପରିସରରେ ଥିବା ହୁଣ୍ଡିରୁ ତାଲା ଭାଙ୍ଗି ଟଙ୍କା ନେଇ ଫେରାର ହୋଇଯାଇଥିଲେ। ପରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ନଂ.୨୪୪/୨୧ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲ। ସିସିଟିଭି ଫୁଟେଜ ଆଧାରରେ ଡେଲାଙ୍ଗ ଥାନା ଆଇଆଇସି ରଶ୍ମିରଞ୍ଜନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ଜଟଣୀ ଥାନା ସହାୟତାରେ ଅଭିଯୁକ୍ତଙ୍କୁ ପିତାପଲ୍ଲୀରୁ ଗିରଫ କରିଥିଲେ। ପଚରାଉଚରା ସମୟରେ ଚୋରି କଥା ମାନିବା ସହ ତାଙ୍କୁ ଏକ ନାଗସାପ ଜଗି ରହିଥିବା କହିବାରୁ ପୋଲିସ କର୍ମଚାରୀମାନେ ଆଶ୍ଚର୍ଯ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ଶନିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ...

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର...

୫ ବାବାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର,୨୮।୧୨: ଭୁବନେଶ୍ବର ମୈତ୍ରିବିହାର ଥାନା ପୋଲିସ ଶନିବାର ୫ଜଣ ବାବାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛି। ଅଟକ ୫ ବାବା ବାହାର ରାଜ୍ୟର ବୋଲି...

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri