Posted inଜାତୀୟ

ଯେତେ ଶୀଘ୍ର ଇସ୍ତଫା ଦେବେ ସେତେ ଭଲ, କେଜରିଓ୍ବାଲଙ୍କୁ ନେଇ କାହିଁକି ଏମିତି କହିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୫।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦୁଇ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି। କେଜରିୱାଲଙ୍କ ଏହି ଘୋଷଣା ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ଅରବିନ୍ଦ କେଜରିୱାଲ ଯେତେ ଶୀଘ୍ର ଇସ୍ତଫା ଦେବେ ସେତେ ଭଲ। ଦିଲ୍ଲୀର ଲୋକମାନେ ଯନ୍ତ୍ରଣା ଭୋଗୁଛନ୍ତି। ସେ ଦୁର୍ନୀତିରେ ବୁଡି ରହିଛନ୍ତି। ସେ କହିଛନ୍ତି, ଅରବିନ୍ଦ କେଜରିୱାଲ ହେଉଛନ୍ତି ଭାରତର ସବୁଠାରୁ ଦୁର୍ନୀତିଗ୍ରସ୍ତ ରାଜନେତା।

ସୂଚନାଯୋଗ୍ୟ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶନିବାର ଜେଲରୁ ଜାମିନ ପାଇବା ପରେ ପ୍ରଥମେ କର୍ମୀମାନଙ୍କୁ ଭେଟିଥିଲେ। ତାଙ୍କର ଲେଉଟାଣିକୁ ନେଇ ଆମ ଆଦମୀ ପାର୍ଟି ଯେତିକି ଖୁସି ପ୍ରକାଶ କରିଥିଲା ଏହାକୁ ନେଇ ଭାଜପା ଏଏପିକୁ ଟାର୍ଗେଟ କରିବାରେ ଲାଗିଛି।
ଧର୍ମେନ୍ଦ୍ରଙ୍କ ପୂର୍ବରୁ ଭାଜପା ଏମପି ପ୍ରବୀଣ ଖଣ୍ଡେଲୱାଲ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ରଙ୍ଗ ବଦଳାଇବା ପ୍ରସଙ୍ଗରେ ଅରବିନ୍ଦ କେଜରିୱାଲ ମଧ୍ୟ ଏଣ୍ଡୁଅଙ୍କୁ ପରାସ୍ତ କରିଛନ୍ତି। ଭାଜପା ଏମପି ଆହୁରି କହିଛନ୍ତି ଯେ ଅରବିନ୍ଦ କେଜରିୱାଲ ଏବେ ନିଜେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ।
ନ୍ୟୁଜ ଏଜେନ୍ସି ଏଏନଆଇ ସହ ବାର୍ତ୍ତାଳାପ ବେଳେ ଭାଜପା ନେତା ହରିଶ ଖୁରାନା ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ବିବୃତ୍ତିରେ କହିଛନ୍ତି, ‘ଯଦି ତାଙ୍କୁ ଇସ୍ତଫା ଦେବାକୁ ପଡିବ ତେବେ ଆଜି କାହିଁକି ନୁହେଁ? ଏହା ଏକ ଡ୍ରାମା ଯାହା ସେ ଲୋକଙ୍କୁ ପଚାରିବେ। ଯଦି କୋର୍ଟ ଆପଣଙ୍କୁ କହିଛନ୍ତି ଆପଣ ସଚିବାଳୟକୁ ଯାଇପାରିବେ ନାହିଁ, ଆପଣ କୌଣସି ଫାଇଲରେ ଦସ୍ତଖତ କରିପାରିବେ ନାହିଁ, ତେବେ ମୁଖ୍ୟମନ୍ତ୍ରୀ ପଦବରେ ରହିବା ପାଇଁ ଆପଣଙ୍କର ଯଥାର୍ଥତା କ’ଣ ରହିଛି ବୋଲି ଭାଜପା ନେତା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri