ଗୃହ ସ୍ବାଭାବିକ ଭାବେ ଚାଲିବା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୫।୧୧: (ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ପ୍ରବଳ ହଟ୍ଟଗୋଳ ହେବାରୁ ପ୍ରଥମାର୍ଦ୍ଧରେ ଗୃହ ଚାଲିବା ସମ୍ଭବପର ହୋଇପାରି ନ ଥିଲା। ଫଳରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ପ୍ରଥମେ ସାଢେ ୧୧ଟା ଓ ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ଏହାପରେ ପୁଣି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହକୁ ସାଢେ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିବା ସହ ଗୃହ ସ୍ବାଭାବିକ ଭାବେ ଚାଲିବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି।

Share