Posted inଖେଳ

କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌

ପୁଣେ,୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷରେ ପୁଣେ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ କୋହଲି କିଛି ବିଶେଷ କରିପାରି ନ ଥିଲେ। ସେ ମାତ୍ର ଏକ ରନ ସ୍କୋର କରି ଆଉଟ ହୋଇଥିଲେ। ୧୫୬ ରନ ସ୍କୋରରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ଅଲଆଉଟ ହୋଇଥିଲା। ଏହି ଟେଷ୍ଟରେ କୋହଲି ସ୍ପିନ ବୋଲିଂ ବିରୋଧରେ ବହୁତ ସଂଘର୍ଷ କରୁଥିବା ଦେଖିବାକୁ ମିଳିଥିଲାୟ। ପୁଣେ ଟେଷ୍ଟର ପ୍ରଥମ ଇନିଂସରେ ଲୋ ଫୁଲ ଟସ ବଲ ନ ବୁଝିପାରି ଉଇକେଟ ହରାଇଥିଲେ।

କୋହଲି ଏସୀୟ ପିଚ୍‌ରେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ୨୦୨୧ରେ ତାଙ୍କ ଟେଷ୍ଟ ରେକର୍ଡକୁ ଦେଖିଲେ, ସ୍ପିନ ବିପକ୍ଷରେ ତାଙ୍କ ରେକର୍ଡ ବହୁତ ଖରାପ ହୋଇଛି। କୋହଲି ୨୦୨୧ ପରଠାରୁ ଏସିଆରେ ସ୍ପିନ ବିପକ୍ଷରେ ୨୧ ଥର ଆଉଟ ହୋଇଛନ୍ତି। ଗତ କିଛି ବର୍ଷ ମଧ୍ୟରେ ସ୍ପିନ ବିପକ୍ଷରେ କୋହଲି ଏକ ନିରାଶାଜନକ ପ୍ରଦର୍ଶନ କରିଛନ୍ତି। ବେଙ୍ଗାଲୁରୁ ଟେଷ୍ଟରେ ମଧ୍ୟ କୋହଲି ସମାନ ଢଙ୍ଗରେ ଆଉଟ ହୋଇଥିଲେ। ସେ ବେଙ୍ଗାଲୁରୁ ଟେଷ୍ଟରେ ୭୦ ରନ ସ୍କୋରରେ ବ୍ୟାଟିଂ କରୁଥିଲେ। କିନ୍ତୁ ତା’ପରେ ନ୍ୟୁଜିଲାଣ୍ଡର ସ୍ପିନର ଗ୍ଲେନ ଫିଲିପ୍ସ ତାଙ୍କ ଉଇକେଟ୍‌ ନେଇଥିଲେ।

କୋହଲିଙ୍କ ପାଇଁ ସବୁଠାରୁ ବଡ ସମସ୍ୟା ହେଉଛି left handed orthodox ସ୍ପିନ୍‌ ବୋଲର ମିଚେଲ ସାଣ୍ଟନରଙ୍କ ପରି ବୋଲରମାନେ ତାଙ୍କୁ ବହୁତ ଅସୁବିଧାରେ ପକାନ୍ତି। କୋହଲି ୨୦୨୧ ପରଠାରୁ ସ୍ପିନରଙ୍କ ବିପକ୍ଷରେ ୨୬ଟି ଇନିଂସରେ ୨୧ ଥର ଆଉଟ ହୋଇଛନ୍ତି। ଏହି ଅବଧି ମଧ୍ୟରେ, left handed orthodox ସ୍ପିନରମାନେ ତାଙ୍କୁ ୧୦ଥର ଆଉଟ୍‌ କରିଛନ୍ତି। ତାଙ୍କ ବିପକ୍ଷରେ କୋହଲିଙ୍କ ହାରାହାରି ୨୭.୧୦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସାଣ୍ଟନର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍‌ଦବା ଜାରି

ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ...

ମୁଁ ଖୁବ୍‌ଶୀଘ୍ର କରିବି ବଡ଼ ଘୋଷଣା:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୋଷ୍ଟକୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବ୍ରେକ୍‌ରେ ଅଛନ୍ତି। କିନ୍ତୁ ଶୁକ୍ରବାର ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି, ଯାହାକୁ ନେଇ...

ଦ୍ୱିତୀୟ ଟେଷ୍ଟରେ ପୁଣି ଭାରତର ବ୍ୟାଟିଂ ବିପର୍ଯ୍ୟୟ; ୧୫୬ ରେ ଅଲଆଉଟ

ପୁଣେ,୨୫ା୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏମସିଏ) ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଖେଳାଯାଉଛି। ଶୁକ୍ରବାର ମ୍ୟାଚର ଦ୍ୱିତୀୟ ଦିନ।...

ଷ୍ଟାଡିୟମ୍‌ରେ ପାଣି ପାଇଁ ହାହାକାର: ୨୦ ଦର୍ଶକ ମେଡିକାଲ୍‌ରେ ଆଡମିଟ୍‌

ପୁଣେ,୨୫ା୧୦: ପାଣି ବୋତଲ ପହଞ୍ଚିବାରେ ବିଳମ୍ବ କାରଣରୁ ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟେଷ୍ଟରେ ଦର୍ଶକଙ୍କୁ ହଇରାଣ ହେବାକୁ ପଡିଛି। ଷ୍ଟାଡିୟମରେ ପାଣି ଅଭାବ ଯୋଗୁ ପରିସ୍ଥିତି ବିଗିଡି...

ବଡ଼ ଅଫର୍‌କୁ ନା କହିଲେ କେଏଲ୍‌ ରାହୁଲ: ଆଇପିଏଲ କ୍ୟାରିୟର୍‌କୁ ନେଇ ଉଠିଲା ପ୍ରଶ୍ନ

ନୂ୍‌ଆଦିଲ୍ଲୀ,୨୫।୧୦: ଆଇପିଏଲ ମେଗା ନିଲାମ ୨୦୨୫ ପୂର୍ବରୁ ଲକ୍ଷୌ ସୁପର ଜିଆଣ୍ଟସ(ଏଲ୍‌ଏସ୍‌ଜି)ରେ କେ.ଏଲ ରାହୁଲଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ ରାହୁଲଙ୍କୁ...

ସ୍ତନ କର୍କଟ ବିଜ୍ଞାପନ ଦେଇ ଫସିଲା ଯୁବରାଜ ସିଂଙ୍କ ଏନ୍‌ଜିଓ

ନୂଆଦିଲ୍ଲୀ,୨୫ା୧୦:ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ଏନ୍‌ଜିଓ ‘ୟୁଓ୍ବିକ୍ୟାନ୍‌’ ପକ୍ଷରୁ ସ୍ତନ କର୍କଟ ସଚେତନତା ପାଇଁ ଦିଲ୍ଲୀ ମେଟ୍ରୋରେ ଦିଆଯାଇଥିବା ବିବାଦୀୟ ବିଜ୍ଞାପନ ସମାଲୋଚିତ ହୋଇଛି। ଉକ୍ତ...

ବିଶ୍ୱ ଚାମ୍ପିୟନକୁ ଧୂଳି ଚଟେଇଲା ଭାରତ: ନେଲା ବିଶ୍ୱକପ୍‌ ପରାଜୟର ବଦ୍‌ଲା

ଅହମଦାବାଦ,୨୪ା୧୦: ଦିନକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳର ଦୁଇ ପଦାର୍ପଣକାରୀ ଖେଳାଳି ସାଇମା ଠାକୁର ଓ ତେଜଲ ହସବନିସ୍‌ ପ୍ରଭାବୀ ପ୍ରଦର୍ଶନ କରିଥିବା...

ପୁଣେ ଟେଷ୍ଟରେ ହେଲା ଅଜବ କାରନାମା: ଗୋଟିଏ ସହରର ୨ ବୋଲର କଲେ ଚମତ୍କାର

ପୁଣେ,୨୪।୧୦:ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ଭାରତ ବିପକ୍ଷରେ ପୁଣେ ଟେଷ୍ଟରେ ୨୫୯ ରନ ସ୍କୋର କରି ଆଉଟ ହୋଇଥିଲେ। ଏହି ସମୟରେ ୱାଶିଂଟନ ସୁନ୍ଦର ଭାରତ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri