ସୂର୍ଯ୍ୟମନ୍ଦିର ବୁଲିଲେ ଶ୍ରୀଲଙ୍କା ରାଷ୍ଟ୍ରଦୂତ

କୋଣାର୍କ,୨୨।୮(ଜ୍ୟୋତିରାଜ ମହାନ୍ତି):ସୋମବାର ଅପରାହ୍ନରେ ଶ୍ରୀଲଙ୍କା ରାଷ୍ଟ୍ରଦୂତ ମିଲିଣ୍ଡା ମୋରାଗୋଡ଼ା କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସିଥିଲେ। ଏଠାରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଥମେ ସେ ଆଇଓଏଫ ବ୍ୟାଖ୍ୟାନ କେନ୍ଦ୍ର ଭିତରକୁ ଯାଇ ବୁଲି ଦେଖିଥିଲେ। ପରେ ସୂର୍ଯ୍ୟମନ୍ଦିରର ବିଭିନ୍ନ ସୂକ୍ଷ୍ମ କାରୁକାର୍ଯ୍ୟଗୁଡିକୁ ଟିକିନିଖି ଭାବେ ଦେଖିଥିଲେ। ନିଖୁଣ କାରୁକାର୍ଯ୍ୟକୁ ଦେଖି ଆଶ୍ଚର୍ଯ୍ୟ ହେବା ସହ ପ୍ରଶଂସା କରିଥିଲେ। ସ୍ବୀକୃତିପ୍ରାପ୍ତ ଗାଇଡ୍‌ ବିଶେଶ୍ୱର ଦାଶ ସୂର୍ଯ୍ୟମନ୍ଦିରର ଐତିହାସିକ ତଥ୍ୟ ବୁଝାଇ ଦେଖାଇଥିଲେ। ମନ୍ଦିର ବୁଲି ସାରିବା ପରେ ଭୁବନେଶ୍ୱର ଫେରିଥିଲେ। ଏହି ଗସ୍ତ ସମୟରେ ତହସିଲଦାର ଭାଗ୍ୟଶ୍ରୀ ହାସଁଦା, ପର୍ଯ୍ୟଟନ ଅଧିକାରୀ ଅମିୟ ସେଠୀ, କୋଣାର୍କ ଥାନା ଆଇଆଇସି ପଞ୍ଚାନନ ପରିଡା ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ। ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri