ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ। ବିଶେଷ କରି ପଞ୍ଚାୟତିରାଜ ଓ ପାନୀୟଜଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଅର୍ଥ, ସମବାୟ ଆଦି ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି।