କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫, କଟକରୁ ୨, ଅନୁଗୋଳ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏ ରହିଛନ୍ତି । ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର ବଢ଼ିଚାଲିଛି। ଯାହାକି ଚିନ୍ତାର ବିଷୟ ହୋଇଛି।

Share