କର୍ମୀ ସମାବେଶରେ ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ

ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର)ପ୍ରାୟ ୧୧ମାସ ପରେ ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆଗମନକୁ ନେଇ କର୍ମୀ ମହଲରେ ଖୁସି ପ୍ରକାଶ ପାଇଛି। ଶୁକ୍ରବାର ସନ୍ଧ୍ୟାରେ ସେ ସମ୍ବଲପୁରରେ ପହଞ୍ଚତ୍ବା ପରେ ଦଳୀୟ କର୍ମୀ ଓ କର୍ମକର୍ତ୍ତା ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ।
ଶନିବାର ଅପରାହ୍ନରେ ଜୟନାରାୟଣ ଦଳୀୟ କାର୍ଯ୍ୟାଳୟରେ ଆହୂତ ଏକ କର୍ମୀ ସମାବେଶରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ପ୍ରଥମେ ଦଳୀୟ କର୍ମକର୍ତ୍ତା ଓ ସମର୍ଥକ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କର୍ମୀମାନେ ତାଙ୍କ ପ୍ରିୟ ନେତାଙ୍କୁ ପାଇ ଦୀର୍ଘଦିନର ପୁଞ୍ଜିଭୂତ ଅଭିଯୋଗକୁ ତାଙ୍କ ସମ୍ମୁଖରେ ରଖିଥିଲେ। ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନୀ ରଣନୀତି ତଥା ଦଳର ସାଙ୍ଗଠନିକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ରେଙ୍ଗାଲି ବିଧାୟକ ନାଉରୀ ନାୟକ, ଭାଜପା ଜିଲା ସାଧାରଣ ସମ୍ପାଦକ ଅନିଲ ବେହେରା, କୃଷକ ମୋର୍ଚ୍ଚା ସଭାପତି ସମୀର ରଞ୍ଜନ ବାବୁ, ବରିଷ୍ଠ ନେତା ଦାମୋଦର କର, ଡ. ପ୍ରମୋଦ ରଥ, ଫଣି ଭୂଷଣ ମିଶ୍ର, ବରଗଡ଼ ପ୍ରଭାରୀ ସବିତା ନନ୍ଦ, ସରୋଜ ଦଲପତ, ସୁଶାନ୍ତ ପୁରୋହିତ, ଭାଜପା ରାଜ୍ୟ ପେନାଲିଷ୍ଟ ମାନସ ରଞ୍ଜନ ବକ୍ସି ପ୍ରମୁଖ ଜୟନାରାୟଣଙ୍କୁ ଉପଢୌକନ ଦେଇଥିଲେ। ହେଲେ ଭାଜପା ଜିଲା ସଭାପତି ଗିରିଶ ପଟେଲଙ୍କ ଅନୁପସ୍ଥିତିକୁ ନେଇ ନାନା ଆଲୋଚନା ହୋଇଥିଲା। ସୂଚନାଯୋଗ୍ୟ, ଶୁକ୍ରବାର ଜୟନାରାୟଣ ସମ୍ବଲପୁରରେ ପହଞ୍ଚତ୍ବା ପରେ ମା’ ସମଲେଇଙ୍କ ପୀଠରେ ମା’ଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ। ଜିଲା ସଭାପତି ପଟେଲ ମଧ୍ୟ ତାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ ପାଇଁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଧରି ଅଗ୍ରସର ହେଉଥିବା ଦେଖି ଜୟନାରାୟଣଙ୍କ ଜଣେ ନିକଟ ସମ୍ପର୍କୀୟଙ୍କ ବାରଣ କରିବା ହେତୁ ସେ ନିରାଶ ହୋଇ ଫେରିଯାଇଥିଲେ। ତେଣୁ ସେ କର୍ମୀ ସମାବେଶରେ ଅନୁପସ୍ଥିତ ରହିଥିବା ସହରରେ ଚର୍ଚ୍ଚା ହେଉଛି।
ସମାବେଶରେ ଖବରଦାତାଙ୍କ କେତେକ ପ୍ରଶ୍ନର ଉତ୍ତର ଦେଇ ବିଜେଡି ସରକାରଙ୍କ ଉପରେ ଜୟନାରାୟଣ ସିଧାସଳଖ ଆକ୍ରମଣ କରିଥିଲେ। ସେ କହିଥିଲେ, ବିଜେଡି ସରକାରଙ୍କ ଅପାରଗତାରୁ ପଶ୍ଚିମ ଓଡ଼ିଶାରେ ସ୍ବାସ୍ଥ୍ୟସେବା ଅତ୍ୟନ୍ତ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦୀର୍ଘ ୨୦ ବର୍ଷର ଶାସନ ପରେ ମଧ୍ୟ ଏ ଅଞ୍ଚଳରେ ଅତ୍ୟାଧୁନିକ ଚିକିତ୍ସାସେବା ଯୋଗାଇବା ଭଳି ଚିକିତ୍ସାଳୟ ପ୍ରତିଷ୍ଠା କରିବାରେ ବିଜେଡି ସରକାର ବିଫଳ ହୋଇଛି। ଫଳ ସ୍ବରୂପ ନିଜ ଦଳର ନେତା ଓ ମନ୍ତ୍ରୀଙ୍କୁ ଚିକିତ୍ସା ପାଇଁ ସରକାରୀ ଡାକ୍ତରଖାନା ବଦଳରେ ଭୁବନେଶ୍ୱରର ଘରୋଇ ଡାକ୍ତରଖାନା ଉପରେ ନିର୍ଭର କରିବାକୁ ପଡ଼ୁଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬...

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

ଉତ୍କଳ ଦିବସରେ ରକ୍ତଦାନ ଶିବିର

ଦିଗପହଣ୍ଡି,୧।୪ (ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ  ଗଣିଆନାଳ ଛକର ମା’ ପିତାମ୍ୱରୀ ବଣିକ ସଂଘ...

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image