ମାର୍ଚ୍ଚ ପହିଲାରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୨୫ା୨: ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଲୋକ ସେବା ଭବନର କନଭେନ୍‌ସନ୍‌ ହଲ ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନବନିଯୁକ୍ତ ଅଧ୍ୟାପକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ୧ ତାରିଖ ସକାଳ ୯ଟାରେ ସମସ୍ତ ସଦସ୍ୟଙ୍କୁ ଉପସ୍ଥିତ ରହିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଅବଗତ କରାଯାଇଛି।

ଇଂରାଜୀ, ରାଜନୀତି ବିଜ୍ଞାନ, ଅର୍ଥଶାସ୍ତ୍ର, ରସାୟନ ବିଜ୍ଞାନ, ଇତିହାସ, ବାଣିଜ୍ୟ ଓ ଶିକ୍ଷାବର୍ଗର ପ୍ରାର୍ଥୀ ରବୀନ୍ଦ୍ର ମଣ୍ଡପ ଏବଂ ଅବଶିଷ୍ଟ ବର୍ଗର ପ୍ରାର୍ଥୀ ଲୋକ ସେବା ଭବନରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପଦାର୍ଥ ବିଜ୍ଞାନ ବିଭାଗର ମାମଲା କୋର୍ଟରେ ବିଚାରାଧୀନ ଥିବାରୁ ଏହାକୁ ନିଯୁକ୍ତି ପର୍ବରୁ ବାଦ୍‌ ଦିଆଯାଇଥିବା ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଡିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri