ପିଏମ୍‌ ସୂର୍ଯ୍ୟଘର ପାଇଁ ସହାୟତା ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୩ା୧୧(ଅନିଲ ଦାସ):ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରୁଛି। ପିଏମ୍‌ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଚିନ୍ତା କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି।
ନୂଆଦିଲ୍ଲୀର ଯଶୋଭୂମିଠାରେ ମଙ୍ଗଳବାର ଅନୁଷ୍ଠିତ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀରେ ଯୋଗଦେଇ ସେ କହିଛନ୍ତି ଯେ, ଓଡ଼ିଶା ୮୮୫୬ ମେଗାଓ୍ବାଟ ବିଦ୍ୟୁତ ଉତ୍ପାଦନ କରି ଶକ୍ତି ନିରାପତ୍ତାକୁ ସୁନିଶ୍ଚିତ କରିଛି। ୨୦୩୦ ସୁଦ୍ଧା ୧୫୬୦୩ ମେଗାଓ୍ବାଟ ଶକ୍ତି ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ସେଥିମଧ୍ୟରୁ ଅଧାରୁ ଅଧିକ ଅକ୍ଷୟ ଶକ୍ତିର ଉତ୍ସରୁ ପ୍ରସ୍ତୁତ ହେବ। ୨୦୩୦ ସୁଦ୍ଧା ରାଜ୍ୟର ଅକ୍ଷୟ ଶକ୍ତି କ୍ଷମତା ୧୦,୦୦୦ ମେଗାୱାଟ୍‌ କରିବା ପାଇଁ ଯୋଜନା ପ୍ରସ୍ତୁତ ହେଉଛି। ଶକ୍ତି ସରଂକ୍ଷଣକୁ ପ୍ରାଥମିକତା ଦେଇ ଓଡ଼ିଶା ୧୦,୦୦୦ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ପିଏସ୍‌ପି ପ୍ଲାଣ୍ଟ ପାଇଁ ଯୋଜନା କରୁଛି। ଏହି ପ୍ରକଳ୍ପଗୁଡିକୁ ଆର୍ଥିକ ଦୃଷ୍ଟିରୁ କାର୍ଯ୍ୟକ୍ଷମ କରିବା ପାଇଁ ବ୍ୟାଟେରି ଏନର୍ଜି ଷ୍ଟୋରେଜ ସିଷ୍ଟମ (ବିଏସ୍‌ଏସ୍‌) ଏବଂ ପିଏସ୍‌ପି ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ସହାୟତା ବୃଦ୍ଧି କରିବାକୁ କେ.ଭି. କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଅଣ ପାରମ୍ପରିକ ଶକ୍ତି ପ୍ରକଳ୍ପଗୁଡ଼ିକୁ ଜାତୀୟ ଗ୍ରୀଡ୍‌ ସହିତ ସଂଯୋଗ କରିବା ପାଇଁ ଗ୍ରୀନ୍‌ ଏନର୍ଜି କରିଡରର ତୃତୀୟ ପର୍ଯ୍ୟାୟ ସକାଶେ କେନ୍ଦ୍ରୀୟ ସହାୟତା ଲୋଡିଛନ୍ତି। ସାରା ରାଜ୍ୟରେ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ ନିମନ୍ତେ ଆବଶ୍ୟକ ପ୍ରମୁଖ ପ୍ରକଳ୍ପଗୁଡ଼ିକର ତ୍ୱରିତ ପରିବେଶ ମଞ୍ଜୁରୀ ବିଷୟ ଉପରେ କେ.ଭି. ଆଲୋକପାତ କରିଥିଲେ। ଲୋ କାର୍ବନ ଭବିଷ୍ୟତକୁ ଦୃଷ୍ଟିରେ ରଖି ବିଦ୍ୟୁତ ଉତ୍ପାଦନ ପାଇଁ ଜୀବାଶ୍ମ ଇନ୍ଧନ ଉପରେ ନିର୍ଭରଶୀଳତା ହ୍ରାସ ଏବଂ ଅକ୍ଷୟ ଶକ୍ତିର ବ୍ୟବହାର ବୃଦ୍ଧି କରିବାକୁ ଓଡ଼ିଶା ପ୍ରତିଶ୍ରୁତିବଦ୍ଧ। ଶକ୍ତି କ୍ଷେତ୍ରରେ ସଂସ୍କାର, ସୁଦୃଢ଼ ଭିତ୍ତିଭୂମି, ପ୍ରଗତିଶୀଳ ରଣନୀତି, ଅକ୍ଷୟ ଶକ୍ତି ବିକାଶ କ୍ଷେତ୍ରରେ ପୁଞ୍ଜି ବିନିଯୋଗରେ ଓଡ଼ିଶା ସମଗ୍ର ଭାରତର ଶକ୍ତି କ୍ଷେତ୍ରରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛି।
ଶକ୍ତି କ୍ଷେତ୍ରରେ ସଂସ୍କାର ଆଣିବାରେ ଓଡ଼ିଶାର ନେତୃତ୍ୱ ତଥା ଭାରତର ସବୁଜ ଶକ୍ତି ଲକ୍ଷ୍ୟକୁ ନେଇ ଅଗ୍ରଗତି କରୁଥିବା ବେଳେ ଏହାର ଶକ୍ତି ଭିତ୍ତିଭୂମି ଆଧୁନିକୀକରଣ ପାଇଁ ପ୍ରତିବଦ୍ଧତା ଉପରେ ସିଂଦେଓ ଆଲୋକପାତ କରିଛନ୍ତି। ବିଦ୍ୟୁତ ବିତରଣରେ ପବ୍ଲିକ-ପ୍ରାଇଭେଟ ପାର୍ଟନରଶିପ୍‌ (ପିପିପି) ମଡେଲଗୁଡ଼ିକର ସଫଳ ରୂପାୟନ ରାଜ୍ୟର ୪ଟି ବିଦ୍ୟୁତ ବିତରଣ କମ୍ପାନୀଙ୍କ କାର୍ଯ୍ୟଦକ୍ଷତା ଓ ଆର୍ଥିକ କ୍ଷମତାକୁ ସୁଦୃଢ଼ କରିଛି। ପୁନରୁଦ୍ଧାର ବିତରଣ କ୍ଷେତ୍ର ଯୋଜନା (ଆରଡିଏସ୍‌ଏସ୍‌) ଅନ୍ତର୍ଗତ ୩୦୬୯ କୋଟି ଟଙ୍କାର ପ୍ରାକୃତିକ ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ ଭିତ୍ତିଭୂମି ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ଦ୍ୱାରା ବିଚାରାଧୀନ ରହିଛି ବୋଲି ସିଂଦେଓ କହିଛନ୍ତି। ଏହ ସମ୍ମିଳନୀରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ ମଧ୍ୟ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri