ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ କମୁଛି। ଆଜିଠୁ ୨୯ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ଆଜି ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝରରେ ସାମନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ସେହିପରି ୨୮ ଓ ୨୯ରେ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ରାଜ୍ୟରେ ରାତି ତାପମାତ୍ରା ବଢିବା ସହ ସହ ଶୀତ କମିବ।
କୁହୁଡି ପାଇଁ ୧୦ରୁ ଅଧିକ ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି ଓ କୋରାପୁଟ ରହିଛି।