Categories: ବାଣିଜ୍ୟ

ଖସିଲା ଶେୟାର ବଜାର

ମୁମ୍ବାଇ,୨୩।୧୦: କ୍ରମାଗତ ଭାବେ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ପ୍ରାୟ ୯୩୧ (୯୩୦.୫୫) ପଏଣ୍ଟ କମି ୮୦,୨୨୧ (୮୦,୨୨୦.୭୨) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୩୦୯ (୩୦୯.୦୦) ପଏଣ୍ଟ ହ୍ରାସ ଘଟି ୨୪,୪୭୨(୨୪,୪୭୨.୧୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।

Share