Categories: ବାଣିଜ୍ୟ

ଖସିଲା ଶେୟାର ବଜାର

ଭୁବନେଶ୍ୱର ,୩୦।୧୨: ଗତ କିଛି ସପ୍ତାହ ହେବ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୭୦ (୧୭୦.୧୨) ପଏଣ୍ଟ ଖସି ୭୨,୨୪୦ (୭୨,୨୪୦.୨୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୪୭ (୪୭.୩୦) ପଏଣ୍ଟ ହ୍ରାସ ଘଟି ୨୧,୭୩୧ (୨୧,୭୩୧.୪୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସଇ ନିଫ୍ଟି ମିଡକ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ହ୍ରାସ ଘଟିଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।

Share