Categories: ବାଣିଜ୍ୟ

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୩।୭ (ଅଭୟ ଦାଶ): କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନ (କାର୍ଯ୍ୟ ଦିବସ)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୦୦ (୧୦୦.୨୪) ପଏଣ୍ଟ କମି ୮୦,୫୦୪(୮୦,୫୦୪.୪୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୪୨ (୪୨.୧୫) ପଏଣ୍ଟ ହ୍ରାସ ଘଟି ୨୪,୪୮୯(୨୪,୪୮୮.୭୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।

Share