Categories: ବାଣିଜ୍ୟ

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୮।୯: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୬୪ (୨୬୪.୨୭) ପଏଣ୍ଟ କମି ୮୫,୫୭୨ (୮୫,୫୭୧.୮୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୩୭ (୩୭.୧୦) ପଏଣ୍ଟ ହ୍ରାସ ଘଟି ୨୬,୧୭୯ (୨୬,୧୭୮.୯୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।

Share