ନିକଟତର ହେଲା ବାତ୍ୟା, ଆହୁରି ବଢିଲା ପବନର ବେଗ, କିଛି ସମୟ ପରେ…

ଭୁବନେଶ୍ୱର,୨୪।୧୦: ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି ୧୨କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା । କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

ଭୀଷଣ ରୂପରେ ଆସୁଥିବା ’ଦାନା’ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଜିଲାଗୁଡିକୁ ଅତିରୁ ଅତିପ୍ରବଳ ବର୍ଷା ଜାରି ରହିବ। ସଂଲଗ୍ନ ଜିଲାଗୁଡିକୁ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବ। ତେବେ ସମୁଦ୍ର ଜୁଆରର ପ୍ରଭାବ ଉପକୂଳରେ ଉପକୂଳବର୍ତ୍ତୀ ଜିଲା ଯଥା କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଉପକୂଳରେ ସମୁଦ୍ର ଜୁଆର ୧ରୁ ୨ ମିଟର ଅଧିକ ଉଚ୍ଚ ରହିବ।

ବାତ୍ୟା ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବାବେଳେ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ସୂଚନା ଅନୁସାରେ, ଏବେ ଏହା ୧୨ କିଲୋମିଟର ବେଗରେ ଆଗଉଛି । ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୮୦ କିମି ଦୂରରେ ‘ଦାନା’; ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି...

ଓଡ଼ିଶା ସରକାରଙ୍କ ବାତ୍ୟା ପ୍ରସ୍ତୁତିର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର,୨୪।୧୦: ବାତ୍ୟା ଦାନା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ମାଡ଼ ହେବାକୁ...

ଡର ବଢାଇଲା ଗତିପଥ! ୩ ଜିଲାକୁ ଅଧିକ ବିପଦ…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା...

ବାତ୍ୟା ବଦଳାଇଲା ମୋଡ, ଏଇଠି ପିଟି ହୋଇଯିବ, ଲୋକେ ଛାନିଆ…

ଭୁବନେଶ୍ୱର,୨୪।୧୦: ଲ୍ୟାଣ୍ଡଫଲ ନେଇ ବଡ଼ ଆକଳନ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ...

ଆସୁଛି ‘ଦାନା’: ଧାମରା-ଚାନ୍ଦବାଲିରେ ସ୍ଥିତି ଅନୁଧ୍ୟାନ କଲେ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ, ୨୪।୧୦(ସନାତନ ରାଉତ)- ଭଦ୍ରକ ଜିଲା ଧାମରାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାରୁ ଚାନ୍ଦବାଲି, ଧାମରା, ବାସୁଦେବପୁର ଅଞ୍ଚଳକୁ ରାଜ୍ୟ...

ପାଖେଇ ଆସିଲାଣି ‘ଦାନା’: ଗଞ୍ଜାମରେ ବଦଳିଲା ପାଗ, ସମୁଦ୍ର ଅଶାନ୍ତ

ଛତ୍ରପୁର, ୨୪।୧୦(ଦିଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ...

ବାତ୍ୟା ଲ୍ୟାଣ୍ଡଫଲ୍‌ ବେଳେ ୧ରୁ ୨ ମିଟର ପର୍ଯ୍ୟନ୍ତ ଆସିପାରେ ଜୁଆର, ୩ ଜିଲାକୁ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୪।୧୦: ଭୀଷଣ ବାତ୍ୟା ରୂପ ଧାରଣ କରି ‘ଦାନା’ ଉପକୂଳ ଆଡେ ମାଡି ଆସୁଥବା ବେଳେ ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସବିଶେଷ...

‘ଦାନା’କୁ ନେଇ ଭଦ୍ରକ ପ୍ରଶାସନ ସଜାଗ: ୫୭୭ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହେଲେଣି ୨୬,୦୬୪ ଲୋକେ

ଭଦ୍ରକ, ୨୪।୧୦(ସନାତନ ରାଉତ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଧାମରା ଠାରୁ ଆଉ ମାତ୍ର ୨୪୦ କିମି ଦୂରରେ ରହିଛି ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri