ମାଡ଼ି ଆସୁଛି ଝଡ଼ବର୍ଷା! ୩ଘଣ୍ଟା ପାଇଁ ୪ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୭।୪: ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଛି। ତେଣୁ ପାଣିପାଗ ବିଭାଗ ଆଜି ୩ ଘଣ୍ଟା ପାଇଁ ୪ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସକାଳ ୯ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟାରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଗକୁ ଦେଖି ଲୋକମାନେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Share