ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ ନାହିଁ ବୋଲି ଜିଦ୍‌ କରି ୫ଦିନ ହେଲା ଗଣଧାରଣା ଦେଇଛନ୍ତି। ଦଶହରା ଛୁଟି ପରେ ଶୁକ୍ରବାର ସ୍କୁଲ ଖୋଲିଛି କିନ୍ତୁ ଧାରଣାକୁ ଶିକ୍ଷା କମିଟି ଜାରି ରଖିଥିବାରୁ ଛାତ୍ରୀଛାତ୍ର ସ୍କୁଲର ମୁଖ୍ୟ ରାସ୍ତାରେ ବସିରହିଥିବାର ଦେଖିବାକୁ ମିଳିଛି। ଖବର ପାଇ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ପିଲାଙ୍କୁ ଛୁଟି କରିଦେଇ ଥିଲେ। ଶିକ୍ଷା କମିଟି ଧାରଣାରୁ ଓହରି ଯିବା ମୁଖ୍ୟ ଗେଟ୍‌ ଖୋଲିବାକୁ ଜିଦ୍‌ ଧରି ଧାରଣାରେ ବସିଥିଲେ।

ଚଳିତ ମାସ ୨୪,୨୫ ତାରିଖରେ ଷାଣ୍ମାସିକ ପରୀକ୍ଷା ରହିଛି। କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରା ମଧ୍ୟ ଶିକ୍ଷା କମିଟିଙ୍କ ସହ ଆଲୋଚନା କରିଥିଲେ। କିନ୍ତୁ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ସ୍କୁଲରେ ଯୋଗଦାନ କରାଇଦେବୁ ନାହିଁ। ଆମକୁ ଲିଖିତ ପ୍ରତିଶ୍ରୁତି ଦିଅ ବୋଲି ତହସିଲଦାର ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଦାବି କରିଥିଲେ। କିନ୍ତୁ ଉକ୍ତ ବିଦ୍ୟାପୀଠର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଏହି ବ୍ଲକର କନ୍ତେଶିର ଗ୍ରାମ ସ୍ଥିତି କପିଳେଶ୍ୱର ହାଇସ୍କୁଲ ଡେପୁଟେଶନରେ ପଠାଯାଇଥିଲା। ତିନି ବର୍ଷ ପରେ ଜବାହର ଉଚ୍ଚ ବିଦ୍ୟାପୀଠକୁ ଫେରାଇ ଆଣିବା ପାଇଁ ଜିଲାପାଳ, କଳାହାଣ୍ଡିଙ୍କ ଚିଠି ସଂଖ୍ୟା ୬୩୮୯/ ୭.୧୦.୨୪ ଆଦେଶ ଦେଇଛନ୍ତି। ଗତ ସୋମବାର ପ୍ରଧାନ ଶିକ୍ଷକ ଉକ୍ତ ପଦ୍ୟାପୀଠକୁ ଯୋଗଦାନ କରିବାକୁ ଆସିଥିଲେ। ଶିକ୍ଷା କମିଟି ସଭାପତିଙ୍କ ନେତୃତ୍ୱରେ ସ୍କୁଲ ସମ୍ମୁଖରେ ତାଲା ପକାଇ ଗଣଧାରଣାରେ ଅନିର୍ଦ୍ଦିଷ୍ଟ କାଳ ଯାଏ ବସି ଥିବାରୁ ଯୋଗଦେଇ ପାରି ନ ଥିଲେ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ସ୍କୁଲ ଦଶହରା ଛୁଟି ଥିଲା। ଶୁକ୍ରବାର ସ୍କୁଲ ଖୋଲିଲା। କିନ୍ତୁ ଶିକ୍ଷା କମିଟିର ସଭାପତି ଗୋପାଳ ସାହୁ କହିଛନ୍ତି, ଜେଲ୍‌ ପଛେ ଯିବୁ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ସ୍କୁଲରେ ଯୋଗଦାନ କରେଇ ଦେବୁ ନାହିଁ ବୋଲି ଜିଦ୍‌ରେ ୫ଦିନ ହେଲା ଗଣଧାରଣାରେ ବସିଛନ୍ତି।
ଜିଲାପାଳ କଳାହାଣ୍ଡିଙ୍କ ଚିଠି ସଂଖ୍ୟା ୬୩୮୯ ତା ୭.୧୦.୨୪ ରାଉତ ପୁଣିଥରେ ବିଦ୍ୟାଳୟକୁ ଆସିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ଆଦେଶକୁ ଉକ୍ତ ସ୍କୁଲ ପରିଚାଳନା କମିଟି ଅଣଦେଖା କରି ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଯୋଗଦାନ କରାଦେବୁ ନାହିଁ ବୋଲି ଶୁକ୍ରବାର ଗଣଧାରଣା ଦେଇଛନ୍ତି। ତହସିଲଦାର, ଗୋଷ୍ଠୀ ଶିକ୍ଷାଧିକାରୀ, ଆଇଆଇସି, ପୋଲିସ କର୍ମଚାରୀ ବୁଝାଶୁଝା କରିଥିଲେ ମଧ୍ୟ କମିଟି ନାରାଜ ହୋଇଥିଲା। ସ୍କୁଲ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଲା ପକାଇ ଗଣଧାରଣା ଦେଇଛନ୍ତି। ଏ ସଂକ୍ରାନ୍ତରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରାଙ୍କୁ ପଚାରିବାରୁ ଡିଇଓଙ୍କ ସହ କଥା ହେଲି,କିନ୍ତୁ ଜିଲାପାଳ ନିର୍ଦ୍ଦେଶକୁ ସେ କିଛି କରି ପାରିବେ ନାହିଁ। ଜିଲାପାଳ ସହ ପୁଣି ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ପ୍ରକାଶ କରିଥିଲେ। ଏହି ଧାରଣା ଶାନ୍ତିଶୃଙ୍ଖଳାର ସହ ହେବା ପାଇଁ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ଅଭିଯୋଗ: କବରତଳୁ କଢ଼ାହେଲା ମୃତଦେବ 

କଟକ,୧୮।୧୦: କଟକର ଏକ ଘରୋଇ ହସ୍ପିଟାଲ ବିରୋଧରେ ଅଙ୍ଗ ଚୋରି ଅଭିଯୋଗ ହୋଇଛି। କନ୍ଧମାଳ ବାଲିଗୁଡାର ବାବୁଲା ଦିଗାଲଙ୍କ ଅଙ୍ଗ ଚୋରି ହୋଇଥିବା ନେଇ ତାଙ୍କ...

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି...

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri