ଭାରପ୍ରାପ୍ତ ଅଧିକାରୀଙ୍କୁ ନେଇ ଚାଲିଛି ଉପଖଣ୍ଡ ପ୍ରଶାସନ

ଆଠମଲ୍ଲିକ, ୩।୧୧ (ଉଦୀପ୍ତ ପୁରୋହିତ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଥିବା ବିଭିନ୍ନ ବିଭାଗରୁ ଅଧିକାରୀଙ୍କ ବଦଳି ହେଉଛି। କେତେଜଣଙ୍କୁ ପଦୋନ୍ନତି ଦିଆଯାଇ ଅନ୍ୟତ୍ର ନିଆଯାଉଛି। ହେଲେ ସେମାନଙ୍କ ସ୍ଥାନରେ ନୂଆ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ବହୁ ବିଭାଗରେ ଅଧିକାରୀଙ୍କ ପଦବୀ ଖାଲି ପଡ଼ିଥିବାବେଳେ ଅନ୍ୟ ଅଧିକାରୀମାନଙ୍କୁ ଭାରପ୍ରାପ୍ତ ଦାୟିତ୍ୱ ଦିଆଯାଇ କାମ ଚଳାଇ ନିଆଯାଉଛି। କିଛି ମାସ ହେଲା ସରକାରୀ ସ୍ତରରେ କରାଯାଉଥିବା ଏପରି କାର୍ଯ୍ୟ ପାଇଁ ଉପଖଣ୍ଡର ବିକାଶ ବାଧାପ୍ରାପ୍ତ ହେଉଥିବା ସାଧାରଣରେ ଅଭିଯୋଗ ହେଉଛି।
ସୂଚନା ଅନୁଯାୟୀ, ୩ ମାସ ତଳୁ ଆଠମଲ୍ଲିକ ଉପଜିଲାପାଳ ଡ. ଜିତେନ୍ଦ୍ର କୁମାର ପାତ୍ରଙ୍କ ଭୁବନେଶ୍ୱରକୁ ବଦଳି ହୋଇଯାଇଛି। ତାଙ୍କ ଦାୟିତ୍ୱ ସହକାରୀ ଜିଲାପାଳ ଡ. ପ୍ରଭୁ ପୀୟୂଷ ମହାପାତ୍ର ତୁଲାଉଛନ୍ତି। ଫଳରେ ୩ ମାସ ହେଲା ସ୍ଥାୟୀ ଉପଜିଲାପାଳ ନାହାନ୍ତି। ସେହିପରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌଭାଗ୍ୟ ବେହେରାଙ୍କ ଅନ୍ୟତ୍ର ବଦଳି ହୋଇଥିବା ନେଇ ଖବର ପ୍ରକାଶ ପାଇଥିବା ବେଳେ ସେ ପୂର୍ବରୁ ଖାଲିଥିବା ତହସିଲଦାର ଦାୟିତ୍ୱ ମଧ୍ୟ ସମ୍ଭାଳୁଛନ୍ତି। କୃଷି ପ୍ରଧାନ ଅଞ୍ଚଳ ଆଠମଲ୍ଲିକରେ ଗୁରୁତ୍ୱ ବହନ କରୁଥିବା କୃଷି ବିଭାଗରେ ମଧ୍ୟ କୃଷି ଅଧିକାରୀ ନ ଥିବା ବେଳେ ବ୍ଲକ କୃଷି ଅଧିକାରୀ ସେହି ଦାୟିତ୍ୱ ସମ୍ଭାଳୁଛନ୍ତି। ୧୦ ବର୍ଷରୁ ଅଧିକ ହେବ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପଦବୀ ଖାଲି ପଡ଼ିଥିବା ବେଳେ ଦୀର୍ଘଦିନ ହେବ ଭାରପ୍ରାପ୍ତ ଅଧିକାରୀଙ୍କୁ ନେଇ ବିଭାଗ ଚାଲିଛି। ଏବେ ସହକାରୀ ଜିଲାପାଳ ତନ୍ମୟ ରଞ୍ଜନ ପାତ୍ର ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ଦାୟିତ୍ୱ ତୁଲାଉଛନ୍ତି। ଜନସ୍ବାସ୍ଥ୍ୟ ବିଭାଗ କନିଷ୍ଠ ଯନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଦୀର୍ଘଦିନ ହେଲା ଅନୁଗୋଳ ଜନସ୍ବାସ୍ଥ୍ୟ ବିଭାଗକୁ ଡେପୁଟେଶନରେ ଯାଇ ଅନୁଗୋଳରେ କାର୍ଯ୍ୟରତ ଥିବାବେଳେ ଆଠମଲ୍ଲିକ ଜନସ୍ବାସ୍ଥ୍ୟ ବିଭାଗରେ ସହକାରୀ ଯନ୍ତ୍ରୀ ପଦବୀ ଖାଲି ପଡ଼ିଛି। ଆଠମଲ୍ଲିକ କଲେଜ ଅଧ୍ୟକ୍ଷ ପଦବୀ ଦୀର୍ଘ ବର୍ଷ ହେଲା ଖାଲି ପଡ଼ିଥିବା ବେଳେ ବରିଷ୍ଠ ଅଧ୍ୟାପକମାନେ ଏହି ଦାୟିତ୍ୱ ସମ୍ଭାଳୁଛନ୍ତି। ଆଠମଲ୍ଲିକ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ମାତ୍ର ୩ ଜଣ ବିଶେଷଜ୍ଞ ଡାକ୍ତର ଥିବାବେଳେ ବହୁ ବିଶେଷଜ୍ଞ ଓ ଡାକ୍ତର ପଦବୀ ମଧ୍ୟ ଖାଲି ପଡ଼ିଥିବାରୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହେଉଛି। ରାଜ୍ୟରେ ଗଠନ ହୋଇଥିବା ନୂତନ ସରକାର ଗୁରୁତ୍ୱ କୁ ଉପଲବଧି କରି ଲୋକଙ୍କ ସୁବିଧା ଦୃଷ୍ଟି ରୁ ଅତି ଶୀଘ୍ର ସମସ୍ତ ବିଭାଗ ର ଅଧିକାରୀ ପଦବୀ ପୂରଣ କରିବାକୁ ସାଧାରଣରେ ଦାବି ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image