ଅତି ଜରୁରୀ ନ ଥିଲେ ଏସ୍‌ସିବି ନ ଆସିବାକୁ ପରାମର୍ଶ ଦେଲେ ଅଧୀକ୍ଷକ

କଟକ,୧୬ା୮: ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ କହିଛନ୍ତି, ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି। ସମସ୍ତ ଫ୍ୟାକଲ୍ଟିଙ୍କ ଛୁଟି ବାତିଲ କରାଯାଇଛି। ତେଣୁ ଅତି ଜରୁରୀ ନ ଥିଲେ ଏସ୍‌ସିବି ନ ଆସିବାକୁ ସେ ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷରେ ଆସନ୍ତାକାଲିର ଡାକ୍ତର ଆନ୍ଦୋଳନକୁ ନେଇ ଡିଏମ୍‌ଇଟି ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସରକାରୀ ଚାକିରିରେ ଥିବା ଡାକ୍ତର ଆନ୍ଦୋଳନ କରିବେନି। ମେଡିକାଲ କଲେଜର ଜୁନିୟର ଡାକ୍ତର ଓ ହାଉସ ସର୍ଜନ ଆନ୍ଦୋଳନ କରିବେ। କେତେଦିନ ସେମାନେ ଆନ୍ଦୋଳନ କରିବେ ତାହା ସ୍ପଷ୍ଟ କରିନାହାନ୍ତି।ଜରୁରିକାଳୀନ କାମ ସମସ୍ତେ କରିବେ, ସେବା ନିଶ୍ଚିତ ପ୍ରଭାବିତ ହେବ। ସିନିୟର ଡାକ୍ତର ଉଭୟ ଆଉଟଡୋର ଓ ଇନଡୋର ସେବା କରିବେ। ବର୍ତ୍ତମାନ ଇଏସ୍‌ଏମ୍‌ଏ ଲାଗୁ ନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri