ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ ସରକାର ଘୋଷଣା କରିଛନ୍ତି। ତେବେ ଏହି ସମୟରେ ସ୍କୁଲର ସମସ୍ତ କାର୍ଯ୍ୟ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳନା କରାଯିବ। ଅନ୍ୟପକ୍ଷରେ ଗ୍ରୀଷ୍ମ ଛୁଟି ପାଇଁ ଗଣଶିକ୍ଷା ବିଭାଗ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିଛି। ଏ ନେଇ ମଙ୍ଗଳବାର ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି। ଗ୍ରୀଷ୍ମ ଛୁଟିରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ବିଷୟଭିତ୍ତିକ କାର୍ଯ୍ୟ ତଥା ନିଜର ଦକ୍ଷତା ଓ କୌଶଳର ଅଭିବୃତ୍ତି ପାଇଁ ଅବକାଶକାଳୀନ ଗୃହକାର୍ଯ୍ୟ (ହଲିଡେ ହୋମ୍‌ଓ୍ବର୍କ) ଦିଆଯିବ। ଏହି ଅବକାଶକାଳୀନ ଗୃହକାର୍ଯ୍ୟକୁ ରିସୋର୍ସ ଟିଚର ପ୍ରସ୍ତୁତ କରିବେ ଏବଂ ପ୍ରଧାନଶିକ୍ଷକ ସମସ୍ତ ଛାତ୍ରୀଛାତ୍ରଙ୍କୁ ବଣ୍ଟନ କରିବେ। ଛାତ୍ରୀଛାତ୍ରଙ୍କର କୌଣସି ବିଷୟରେ ଦ୍ୱନ୍ଦ୍ୱ ଥିଲେ ସେମାନେ ବିଷୟଭିତ୍ତିକ ଶିକ୍ଷକ ବା ଶ୍ରେଣୀ ଶିକ୍ଷକଙ୍କୁ ଟେଲିଫୋନ ଯୋଗେ ସେମାନଙ୍କର ସନ୍ଦେହ ଦୂର କରିପାରିବେ। ଗ୍ରୀଷ୍ମ ଛୁଟି ସମୟରେ ଛାତ୍ରୀଛାତ୍ର କିପରି ସେଲ୍ଫଷ୍ଟଡି କରିବେ ସେଥିପାଇଁ ବିଷୟଭିତ୍ତିକ ଶିକ୍ଷକ ବା ଶ୍ରେଣୀ ଶିକ୍ଷକମାନେ ଛାତ୍ରୀଛାତ୍ର/ଅଭିଭାବକଙ୍କ ସହ ଆଲୋଚନା କରିବେ। ପୂରା ଗ୍ରୀଷ୍ମ ଛୁଟିରେ ଶିକ୍ଷକ, ଜୁନିଅର ଆସିଷ୍ଟାଣ୍ଟ ଏବଂ ପିଅନମାନେ ରୋଷ୍ଟର ଡ୍ୟୁଟି କରିବେ ଓ ଏଥିପାଇଁ ଏକ ରେଜିଷ୍ଟର କରାଯିବ। ବର୍ତ୍ତମାନ ସ୍କୁଲରେ ନାମଲେଖା ଚାଲିଛି। ଏହି ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଅଫିସ ଖୋଲା ରହିବ। ସ୍କୁଲର ସମ୍ପତ୍ତି ଯେପରିକି ଲାଇବ୍ରେରି, ସ୍ମାର୍ଟ କ୍ଲାସରୁମ ଇତ୍ୟାଦି ଉପରେ ରୋଷ୍ଟର ଡ୍ୟୁଟିରେ ଥିବା କର୍ମଚାରୀମାନେ ନଜର ରଖିଥିବେ। କୌଣସି ପ୍ରାକୃତିକ ବିପତ୍ତି(କାଳବୈଶାଖୀ ଇତ୍ୟାଦି) ହେଲେ ରୋଷ୍ଟର ଡ୍ୟୁଟିରେ ଥିବା କର୍ମଚାରୀ ସ୍କୁଲ ଯାଇ ତଦାରଖ କରିବେ। ସ୍କୁଲ ଖୋଲିବା ପୂର୍ବରୁ ପ୍ରଧାନଶିକ୍ଷକ ଓ ଅନ୍ୟ କର୍ମଚାରୀମାନେ ସ୍କୁଲର ପରିମଳ ଏବଂ ସୁରକ୍ଷା ଦିଗ ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri