ଛୁଟିରେ ଗଲେ ଶିକ୍ଷକ

ରାଇକିଆ,୧୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହିବା ସହ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ପୂର୍ବରୁ ବିଭିନ୍ନ ପଞ୍ଚାୟତର ଶତାଧିକ ବିଭିନ୍ନ ବର୍ଗର ଶିକ୍ଷକ ବିଭିନ୍ନ ଦାବି ନେଇ ଦୀର୍ଘଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ ଫେରାଦ ହେବା ସହ ଦାବି ପୂରଣ ପାଇଁ ବାରମ୍ବାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ହେଲେ ରାଜ୍ୟ ସରକାର ତାଙ୍କର ଦାବି ପୂରଣ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ଫଳରେ ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନକୁ ବାଧ୍ୟ ହୋଇ ବନ୍ଦ କରିବା ସହ ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଧାରଣାରେ ମିଳିତ ଶିକ୍ଷକ ମଞ୍ଚ ରାଇକିଆ ବ୍ଲକ ସଭାପତି ଅନିଲ ଦିଗାଲ, ସଂଯୋଜକ ସମୀର ଦିଗାଲ, ଏନ୍‌ପିଏସ୍‌ ସଭାପତି ଅରୁଣ ପ୍ରଧାନ, କାହ୍ନୁ ଚରଣ ମହାନ୍ତି, ସୁଧାଂଶୁ ପ୍ରଧାନ ଏବଂ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକମାନେ ସାମିଲ ହୋଇଥିଲେ ।

Share