୪ରୁ ୫ ଦିନ ବଢ଼ିବ ତାପମାତ୍ରା

ଭୁବନେଶ୍ବର,୧୨ା୫(ବ୍ୟୁରୋ): ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି।ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଆଗାମୀ ୪ରୁ ୫ ଦିନ ପାଇଁ ତାପମାତ୍ରା ବୃଦ୍ଧି ପାଇବା ଯୋଗୁ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ।ପୂର୍ବାନୁମାନ ଅନୁଯାୟୀ ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ଭଦ୍ରକ, କଟକ, ଦେଓଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ନୂଆପଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲାରେ ତାପମାତ୍ରା ଅଧିକ ରହିବା ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସମସ୍ତ ବଜାର, ବସ୍‌ଷ୍ଟାଣ୍ଡ ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ପାନୀୟଜଳ ସେବା କେନ୍ଦ୍ରର ବ୍ୟବସ୍ଥା କରାଯିବ।ଏହା ବ୍ୟତୀତ ଜଳକ୍ଲିଷ୍ଟ ଅଞ୍ଚଳଗୁଡ଼ିକରେ ଟ୍ୟାଙ୍କର ମାଧ୍ୟମରେ ପାନୀୟଜଳ ଯୋଗାଣର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।ସମସ୍ତ ନଳକୂପ ଏବଂ ପାଇପ ଯୋଗେ ଜଳଯୋଗାଣ ବ୍ୟବସ୍ଥାଗୁଡ଼ିକର ତୁରନ୍ତ ମରାମତି କରି ସେଗୁଡ଼ିକୁ ଶତପ୍ରତିଶତ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମୟରେ ବସ୍‌ ଓ ଅନ୍ୟାନ୍ୟ ଯାତ୍ରୀବାହୀ ଯାନଗୁଡ଼ିକରେ ପାନୀୟଜଳ ଏବଂ ଓଆର୍‌ଏସ୍‌ ମହଜୁଦ ରଖିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି।ରାଜ୍ୟର ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିକିତ୍ସାଳୟରେ ଯଥେଷ୍ଟ ପରିମାଣର ଜୀବନରକ୍ଷାକାରୀ ଔଷଧ, ସାଲାଇନ୍‌ ଓ ଓଆର୍‌ଏସ୍‌ ମହଜୁଦ ରଖିବା ସଙ୍ଗେ ସଙ୍ଗେ ଅଂଶୁଘାତର ଶିକାର ହୋଇଥିବା ରୋଗୀଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବେଡ୍‌ର ବ୍ୟବସ୍ଥା କରାଯିବ। ଗ୍ରୀଷ୍ମପ୍ରବାହ ଯୋଗୁ ସର୍ବାଧିକ ଉତ୍ତାପ ଥିବା ସମୟରେ ଶ୍ରମିକଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।ଏହାସହ କାର୍ଯ୍ୟସ୍ଥଳୀଗୁଡିକରେ ବିଶ୍ରାମ ନେବା ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳୀ ସହିତ ଯଥେଷ୍ଟ ପରିମାଣର ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ୍‌ ମହଜୁଦ ରହିବ।ଗୃହପାଳିତ ପଶୁପକ୍ଷୀ ଓ ବନ୍ୟଜନ୍ତୁମାନଙ୍କ ପାଇଁ ସ୍ବତନ୍ତ୍ର ଜଳପୂର୍ଣ୍ଣ ପାତ୍ର/କୁଣ୍ଡର ବ୍ୟବସ୍ଥା କରିବା ସହ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ଠିକ୍‌ ଭାବେ କାର୍ଯ୍ୟକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର...

ଧନତେରସରେ ସୁନା କିଣିବାକୁ ଯୋଜନା କରୁଛନ୍ତି କି? ଜାଣିନିଅନ୍ତୁ ନୂଆ ଦର

ଭୁବନେଶ୍ୱର,୨୮।୧୦: ରାତି ପାହିଲେ ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। କୁହାଯାଏ ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି।...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

୧୪ ବର୍ଷ ପରେ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri