ଶିକ୍ଷକଙ୍କ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ବ୍ରହ୍ମପୁର ଅଫିସ,୧୩।୩: ଶୁକ୍ରବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ରଘୁନାଥ ମନ୍ଦିର ସାହିରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସାସମଲଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ବାଡ଼ିପଟ ୩ଟି କବାଟ ଓ ଗ୍ରୀଲ ତାଡ଼ି ଦୁର୍ବୃତ୍ତମାନେ ପ୍ରାୟ ୩ ଲଷ ଟଙ୍କାର ସୁନା, ରୁପା ଅଳଙ୍କାର ନେଇଯାଇଛନ୍ତି। ଏପରିକି ତାଙ୍କର ବୋହୂଙ୍କ ଚିକିତ୍ସା ପାଇଁ ରଖିଥିବା ୫୦ ହଜାର ନଗଦ ଟଙ୍କା ମଧ୍ୟ ଲୁଟେରାମାନେ ନେଇଯାଇଛନ୍ତି। ଏନେଇ ତାଙ୍କ ପୁଅ ସନ୍ତୋଷ ସାସମଲ ଥାନାରେ ଅଭିଯୋଗ କରିଛନ୍ତି। ଖବର ପାଇ ସଦର ଥାନାଧିକାରୀ ସନ୍ତୋଷିନୀ ଓରାମ ଓ ତାଙ୍କ ଟିମ୍‌ ଶନିବାର ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଜାରି ରଖିବା ସହ ଲୁଟେରାଙ୍କ ଠାବ କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri