ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ କଂଗ୍ରେସ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ କରିଛି। ଏନେଇ ବୁଧବାର ରାତି ୯ଟାରେ ‘ଏକ୍ସ’ ଜରିଆରେ ରାଜ୍ୟ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶାରେ ମେ’ ୧୩ ତାରିଖରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ପାଇଁ ଗୁରୁବାର ନାମାଙ୍କନ ଦାଖଲ ଶେଷ ହେବ। ଏହା ପୂର୍ବରୁ କଂଗ୍ରେସ ଶେଷ ମୁହୂର୍ତ୍ତରେ ପ୍ରାର୍ଥୀ ବଦଳାଇବାରୁ ଚର୍ଚ୍ଚା ଜୋର ଧରିଛି। ଏହି ଆସନରେ ବିଜେଡିରୁ ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପୁଅ ବିପ୍ଳବ ପାତ୍ର ପ୍ରାର୍ଥୀ ହୋଇଛନ୍ତି। ସେହିପରି ବ୍ରହ୍ମପୁରର ପୂର୍ବତନ ଏମ୍‌ପି ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ଭାଜପାରୁ ପ୍ରାର୍ଥୀ ହୋଇଛନ୍ତି। କଡ଼ା ମୁକାବିଲା ହେଉଥିବାରୁ ଦିଗପହଣ୍ଡି ଆସନ ଚର୍ଚ୍ଚାରେ ରହିଛି। ଏଠାରେ କଂଗ୍ରେସ କାହିଁକି ପ୍ରାର୍ଥୀ ବଦଳାଇଛି ତାହା ସ୍ପଷ୍ଟ ହୋଇନାହିଁ। ଟିକେଟ କଟିବା ପରେ ଶ୍ରୀଧର କହିଛନ୍ତି, ନିର୍ଭର ପ୍ରତିଶ୍ରୁତି ମିଳିଥିବାରୁ ବୁଧବାର ସେ ନାମାଙ୍କନପତ୍ର ଦାଖଲ କରିଥିଲେ। ଶେଷ ମୁହୂର୍ତ୍ତରେ ପ୍ରଦେଶ କଂଗ୍ରେସ କମିଟି ଟିକେଟ କାଟିଥିବାରୁ ସେ ଅତ୍ୟନ୍ତ ମର୍ମାହତ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଡିଏରୁ ଓହରିଲେ ପଶୁପତି ପାରସ:ଆଣିଲେ ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୧୫।୪:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ରାଷ୍ଟ୍ରୀୟ ଲୋକ ଜନଶକ୍ତି ପାର୍ଟି (ଆର୍‌ଏଲ୍‌ଜେପି) ଓହରିଯାଇଥିବା ଏହାର ମୁଖ୍ୟ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପଶୁପତି କୁମାର...

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି: ୩ ଗୁରୁତର

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ...

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image