୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି।

ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ ବୋଝେଇ କରି ଟ୍ରକ୍‌ଟି ସୁନ୍ଦରଗଡ଼ ଯାଉଥିବାବେଳେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଏକ କଲଭର୍ଟର ୩୦ ଫୁଟ ତଳକୁ ଖସିପଡ଼ିଛି। ଫଳରେ ଟ୍ରକ୍‌ ଭିତରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି କଟର ସାହାଯ୍ୟରେ କାଟି ଚାଳକଙ୍କ ମୃତଦେହକୁ ବାହାର କରିବା ପାଇଁ ଉଦ୍ୟମ ଚଳାଇଛନ୍ତି।
ଚାଳକ ଜଣଙ୍କ ଝାଡ଼ଖଣ୍ଡ ରାଜ୍ୟ କୋଡରମା ଜିଲାର ଗାଁ ଜିଲୋଡ଼ିର ବୋନେସନ୍‌ ଖାଁ ବୋଲି ଜଣା ପଡ଼ିଥିବାବେଳେ ଘଟଣାସ୍ଥଳରେ ଦଶପଲ୍ଲା ଥାନା ପୋଲିସ ପହଞ୍ଚି କେଉଁ ପରିସ୍ଥିତିରେ ଏତେ ବଡ଼ ଦୁର୍ଘଟଣା ଘଟିଲା ତାହାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଶାଳୀଙ୍କୁ ବଳାତ୍କାର କରୁଥିଲେ ଭିଣେଇ, ସେ ଗର୍ଭବତୀ ଥିବା ଜଣାଇବା ପରେ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଏକ ଗାଁରେ ଅଭାବନୀୟ ଘଟଣା ଘଟିଛି। ୧୦ମ ଶ୍ରେଣୀରେ ପାଠ ପଢୁଥିବା ଜଣେ ନାବାଳିକା...

ବଜ୍ରାପାତରେ ଯୁବକ ଗୁରୁତର

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍‌ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

ବଡ଼ ବୟାନ ଦେଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ, ଖୁବଶୀଘ୍ର ଭାରତ କରିବ ଆକ୍ରମଣ

ନୂଆଦିଲ୍ଲୀ,୨୮।୪: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ସୋମବାର କହିଛନ୍ତି ଯେ ଗତ ସପ୍ତାହରେ କାଶ୍ମୀରରେ ପର୍ଯ୍ୟଟକମାନଙ୍କ ଉପରେ ହୋଇଥିବା ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ...

ମା’ ବଡରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଝାଲିଆଗୋଛାକୁ ହରାଇ ଛେଦାଭୂମୀ ଚାମ୍ପିୟନ

ଭଞ୍ଜନଗର,୨୮।୪ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପଞ୍ଚାୟତ ଝାଲିଆଗୋଛା ଠାରେ ଚାଲିଥିବା ମା’ ବଡରାଉଳ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ସୋମବାର...

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ...

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image