ଗ୍ୟାରେଜ ଭିତରକୁ ପଶିଗଲା ଟ୍ରକ୍‌, ଚାଳକ ଗୁରୁତର

ପାଟଣା,୨ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ନିହ୍ନୁଆ ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉକ୍ତ ଟ୍ରକ୍‌ଟି ରବିବାର ବିଳମ୍ବିତ ରାତିରେ ଏକ ଗ୍ୟାରେଜ ଘର ଭିତରକୁ ଭାରସାମ୍ୟ ହରାଇ ପଶିଯିବାରୁ ଚାଳକ ଗାଡ଼ି ଭିତରେ ଦୀର୍ଘ ସମୟ ଧରି ଚାପି ହୋଇ ରହିଥିଲେ। ସ୍ଥାନୀୟ ଲୋକେ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଡ୍ରାଇଭରଙ୍କ ହାତ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିବା ବେଳେ ସେ କେନ୍ଦୁଝର ଜିଲା ପାଟଣା ବ୍ଲକ ରେଙ୍ଗାଳବେଡା ଗାଁର ବିଜୟ ମହାନ୍ତ ବୋଲି ଜଣାପଡ଼ିଛି। ଟ୍ରକ୍‌ଟି ଯଶୀପୁରରୁ କେନ୍ଦୁଝର ଅଭିମୁଖେ ଯାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ହାଜତ ମୃତ୍ୟୁ

ଷ୍ଟିଲ୍‌ ସିଟି ରାଉରକେଲାରେ ଗତ ସପ୍ତାହକ ମଧ୍ୟରେ ୫ଟି ହତ୍ୟାକାଣ୍ଡ ଘଟିବା ପରେ ସହରରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିଗିଡ଼ି ଯାଇଥିବା କୁହାଯାଉଥିବାବେଳେ ଏବେ ଅବକାରୀ ପୋଲିସ...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ପ୍ରସଙ୍ଗ: ମାଷ୍ଟରମାଇଣ୍ଡକୁ ଖସାଇବାକୁ ଉଦ୍ୟମ ଚର୍ଚ୍ଚା

ପାଟଣାଗଡ଼,୧୭।୪ (ସଚ୍ଚିଦାନନ୍ଦ ମହାକୁର): ମଙ୍ଗଳବାର ସକାଳୁ ପାଟଣାଗଡ଼ ବ୍ରହ୍ମପୁରା ବ୍ଳକ ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଜଣେ ଯୁବକ ନିଆଁ ଲଗାଇ ଦେଇଥିଲେ । ଏହି ଘଟଣା...

ପ୍ରଧାନପାଟ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡିର ପ୍ରତିବାଦ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ପୌରାଞ୍ଚଳ ପ୍ରଧାନପାଟ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ଜିଲା ବିଜେଡି ପକ୍ଷରୁ ପ୍ରତିବାଦ କରାଯାଇଛି । ବଲାଙ୍ଗୀର ଜିଲା ପାଟଣାଗଡ...

ଜନ୍ତୁ ଶିକାର ଉଦ୍ୟମ ପଣ୍ଡ: ବନ ବିଭାଗ ଦ୍ୱାରା ୨ ଗିରଫ

ଦେବଗଡ,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡ ତଥା ଦେବଗଡ ବନାଞ୍ଚଚଳ(ଦେବଗଡ ଫରେଷ୍ଟ ସେକ୍ସନ) ଅନ୍ତର୍ଗତ ଦେଓଝରଣ ଗ୍ରାମ ନିକଟସ୍ଥ ଝାଡେଶ୍ୱର ପିଆରଏଫ (ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ)ମଧ୍ୟରେ...

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ...

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ

କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ...

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ...

ରାସ୍ତାକଡ଼ ପାଉଁଶରେ ପଡି ଶିଶୁ ମୃତ୍ୟୁ ଘଟଣା: ଗିରଫ ହେଲେ ରାଇସ୍ ମିଲ୍ ମାଲିକ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ବଇପୁର ଗ୍ରାମରାଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image