Advertisement

ଚା’ ଦୋକାନ ଭିତରକୁ ପଶିଗଲା ଟ୍ରକ୍‌

ପାଟଣା,୧୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଚେମେଣା ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚା’ ଦୋକାନ ଭିତରକୁ ପଶିଯାଇ ଥିବା ବେଳେ ଅଳ୍ପକେ ଦୋକାନୀ ବର୍ତ୍ତି ଯାଇଛନ୍ତି।
ସୂଚନାଯୋଗ୍ୟ, ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ଏକ ଟ୍ରକ୍‌କୁ ପଛରୁ ଆଉ ଏକ ଟ୍ରକ୍‌ ଧକ୍କା ଦେବାରୁ ଟ୍ରକ୍‌ଟି ରାସ୍ତାରେ ଥିବା ଏକ ଚା’ ଦୋକାନ ଭିତରକୁ ପଶି ଯାଇଥିଲା। ଦୁର୍ଘଟଣାରେ ଚା’ ଦୋକାନୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ୨ଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share