ହାତ ଧରାଧରି ହୋଇ ଚାଲିଗଲେ ଦୁଇ ସାଙ୍ଗ

ଗୋପାଳପୁର,୯।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅଧିନସ୍ଥ ପଞ୍ଚମା ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ନାବାଳକ ସାଙ୍ଗ ହାତ ଧରା ଧରି ହୋଇ ଜଳ ସମାଧି ହୋଇଯାଇଥିଲେ। ମୃତକମାନେ ହେଲେ ଆଦିତ୍ୟ ସେଠୀ(୧୧) ଓ ସୋମ୍ୟ ପ୍ରଧାନ (୧୨) ବୋଲି ସୂଚନା ମିଳିଛି।

ସୂଚନା ଅନୁସାରେ ଗୋଳନ୍ଥରା ଥାନା ଅଧିନସ୍ଥ ପଞ୍ଚମା ଗ୍ରାମର ଆଦିତ୍ୟ, ସୋମ୍ୟ ଓ ଅନ୍ୟ ମାନେ ସାଙ୍ଗମାନେ ଗଣେଶ ପୂଜା କରିଥିଲେ l ସୋମବାର ମଧ୍ୟାହ୍ନ ସମୟରେ ଆଦିତ୍ୟ, ସୋମ୍ୟ ଓ ଅନ୍ୟ ସାଙ୍ଗମାନେ ଗଣେଶ ମୂର୍ତ୍ତିକୁ ନେଇ ଗ୍ରାମଥିବା ଏକ ପୋଖରୀ ବିସର୍ଜନ କରି ଘରକୁ ଫେରିଥିଲେ। ପୁଣି କିଛି ସମୟ ପରେ ଆଦିତ୍ୟ ଓ ସୋମ୍ୟ ପୋଖରୀକୁ ଯାଇ କୌଣସିବଶତଃ ପାଣିରେ ବୁଡି ଯାଇଥିଲେ। ଦୁଇ ଘଣ୍ଟା ପର୍ଯ୍ୟନ୍ତ ଘରକୁ ନ ଆସିବା ଫଳରେ ପରିବାର ଲୋକ ଓ ଗ୍ରାମବାସୀ ପୋଖରୀ ନିକଟରେ ପହଞ୍ଚିଥିଲେ। ପୋଖରୀରେ ବହୁ ଖୋଜାଖୋଜି କରି ଉଭୟ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଦିତ୍ୟକୁ ରଣ୍ଢା ନିକଟରେ ଏକ ଘରେଇ ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ସୋମ୍ୟକୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ।

ଉଭୟକୁ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ମୃତ ଘୋଷଣା କରିଥିଲେ l ଆଦିତ୍ୟ ଓ ସୋମ୍ୟ ଷଷ୍ଠ ଶ୍ରେଣୀରେ ଗୋଳନ୍ଥରା ଚଟି ସ୍ଥିତରେ ଏକ ଘରୋଇ ବିଦ୍ୟାଳୟ ଅଧ୍ୟୟନ କରୁଥିବା ଜଣା ପଡିଛି। ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ଓ ଅନ୍ୟ ପୋଲିସ ଅଧିକାରୀ ମେଡିକାଲରେ ପହଞ୍ଚି ଉଭୟ ମୃତଦେହକୁ ଜବତ କରି ବ୍ୟବଛେଦ ନିମନ୍ତେ ପଠେଇଥିଲେ। ଏ ଭଳି ଘଟଣାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛିl ସନ୍ଧ୍ୟାରେ ଆଦିତ୍ୟ ଓ ସୋମ୍ୟଙ୍କ ମୃତଦେହକୁ ବ୍ୟବଛେଦ କରି ପୋଲିସ ପରିବାର ଲୋକକୁ ହସ୍ତାନ୍ତର କରିଛି l ପରିବାର ପକ୍ଷ୍ୟରୁ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ଥାନା କେଶ ନମ୍ବର ୪୦,୪୧/୨୪ରେ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଗୋପାଳପୁର ବିଧାୟକ ତଥା ମନ୍ତ୍ରୀ ବିଭୂତି ଭୂଷଣ ଜେନା ଉଭୟ ମୃତକଙ୍କ ପରିବାରକୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ

କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri