ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଆକ୍ରମଣ

ତିର୍ତ୍ତୋଲ,୭।୫(ଡି.ଏନ.ଏ.): ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସକୁ ସଂଘବନ୍ଧ ଭାବେ ଆକ୍ରମଣ କରାଯାଇଛି। ଫଳରେ ୨ ଜଣ ମହିଳା ପୋଲିସ ଅଧିକାରୀ ଆହତ ହୋଇଛନ୍ତି। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଗରେଇ ପଞ୍ଚାୟତ ଅନ୍ତର୍ଗତ ଶିରୋଳ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଆହତମାନେ ହେଲେ ଏସ୍‌ଆଇ ନିଲମ ସୋରେନ ଏବଂ ଏଏସ୍‌ଆଇ ସୁଷମା ମୁଦୁଲି। ଉଭୟଙ୍କୁ ଚିକିତ୍ସା ନିମନ୍ତେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଏଏସ୍‌ଆଇ ମୁଦୁଲିଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ଥାନାରେ ମାମଲା (ନଂ.୨୧୭/୨୩)ରୁଜୁ କରାଯାଇ ଶନିବାର ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଉକ୍ତ ଗ୍ରାମର ଦେବାଶିଷ ବାରିକ, ଦୀପକ ବାରିକ, ଭାଗବତ ବାରିକ, ପ୍ରସନ୍ନ ବାରିକ ଓ ଅଲେଖ ବାହାଲିଆ।
ସୂଚନା ମୁତାବକ, ଏହି ଗ୍ରାମର ଶ୍ମଶାନ ରାସ୍ତା ତିଆରି ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯିବା ପରେ ଏପ୍ରିଲ ୬ ତାରିଖରେ ତହସିଲ କାର୍ଯ୍ୟାଳୟର ଅମିନ ଆସି ମାପଚୁପ କରିଥିଲେ। ଅଶୋକ କୁମାର ରାଉତଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟ କରାଯାଇଥିଲା। ଏହି ରାସ୍ତାକୁ ଲାଗିଥିବା ଏକ ସରକାରୀ ଜମିରେ ଗ୍ରାମର ପ୍ରସନ୍ନ କୁମାର ଲେଙ୍କା ଚାଷକାର୍ଯ୍ୟ କରୁଥିଲେ। ମାପଚୁପ ସମୟରେ ଉକ୍ତ ଜମି ଶ୍ମଶାନ ରାସ୍ତାରେ ଚିହ୍ନଟ ହୋଇଥିଲା। ଏନେଇ ପ୍ରସନ୍ନ ପ୍ରତିକ୍ରିୟାଶୀଳ ହୋଇଉଠିଥିଲେ। ମାପ ସ୍ଥାନରୁ ଲୋକେ କିଛି ସମୟ ପରେ ଦୂରକୁ ଚାଲିଯିବା ପରେ ପ୍ରସନ୍ନ ଏବଂ ତାଙ୍କ ପୁଅ ଅନିଲ ମିଶି ଅଶୋକଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇଥିଲେ। ଅଶୋକଙ୍କ ପରିବାର ସଦସ୍ୟ ଏନେଇ ପୋଲିସରେ ମାମଲା ରୁଜୁ କରିଥିଲେ। ଅପରପକ୍ଷେ ଏହାକୁ କେନ୍ଦ୍ର କରି ଗ୍ରାମର କେତେଜଣ ଲୋକ ଅଭିଯୁକ୍ତଙ୍କ ଘରେ ଭଙ୍ଗାରୁଜା ଓ ଜଳାପୋଡା କରିଥିଲେ। ଏନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣା ପରଠୁ ଅଭିଯୁକ୍ତମାନେ ଫେରାର ଥିଲେ। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାକୁ ସଦଳବଳ ଶିରୋଳ ଗ୍ରାମକୁ ଯାଇଥିବାବେଳେ ସେମାନଙ୍କୁ ଆକ୍ରମଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri