Categories: ଖେଳ

ଅମିତଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ନିଜ ବାସଭବନରେ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ବିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ୍‌ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ୍‌ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍‌ ପ୍ରଶଂସନୀୟ। ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ଏବଂ ନିଜର ପ୍ରଦର୍ଶନ ମାଧ୍ୟମରେ ଆମ ଦେଶ ଓ ରାଜ୍ୟକୁ ଗର୍ବିତ କରାଇବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।

Share