Categories: ଜାତୀୟ

ଆଦାନୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା ଆମେରିକା, ଏହି କାମ ପାଇଁ ଦେଇଥିଲେ ୨ହଜାର କୋଟି ଟଙ୍କା ଲାଞ୍ଚ

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ବଡ଼ ଝଟ୍‌କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ ନିବେଶକଙ୍କୁ ଲାଞ୍ଚ ଦେଇ ଠକିଛନ୍ତି। କଣ୍ଟ୍ରାକ୍ଟ ପାଇବା ଏବଂ ଏହାକୁ ଲୁଚାଇବା ପାଇଁ ସେ ୨୬୫ ମିଲିୟନ ଡଲାର ବା ୨୨୩୬ କୋଟି ଟଙ୍କା ଲାଞ୍ଚ ଦେଇଥିବାର ଅଭିଯୋଗ ହୋଇଛି। ଏହି ଘଟଣା ଆଦାନୀ ଗ୍ରୁପ କମ୍ପାନୀ ଆଦାନୀ ଗ୍ରୀନ ଏନର୍ଜି ଲିମିଟେଡ ଏବଂ ଅନ୍ୟ ଏକ ସଂସ୍ଥା ସହିତ ଜଡିତ ।

ବୁଧବାର ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଗୌତମ ଆଦାନୀଙ୍କ ପୁତୁରା ସାଗର ଆଦାନୀ, ଆଦାନୀ ଗ୍ରୀନ ଏନର୍ଜି ଲିମିଟେଡର ଅଧିକାରୀ ତଥା ଅନ୍ୟ ଏକ ସଂସ୍ଥା ଆଜୁର୍‌ ପାୱାର୍‌ ଗ୍ଲୋବାଲ ଲିମିେଟେଡର କାର୍ଯ୍ୟନିର୍ବାହୀ ସିରିଲ କାବାନ୍ସଙ୍କ ବିରୋଧରେ ମଧ୍ୟ ମାମଲା ଦାୟର କରିଛନ୍ତି । ରିପୋର୍ଟରେ କୁହାଯାଇଛି ଯେ ଗୌତମ ଆଦାନୀ ଏବଂ ତାଙ୍କ ପୁତୁରା ସାଗର, ଅନ୍ୟ ୭ଜଣ ଅଭିଯୁକ୍ତଙ୍କ ସହିତ, ସେମାନଙ୍କର ଅକ୍ଷୟ ଶକ୍ତି କମ୍ପାନୀ ପାଇଁ ଚୁକ୍ତିନାମା ପାଇବା ଏବଂ ଭାରତର ସର୍ବ ବୃହତ ସୌର ବିଦ୍ୟୁତ ଉତ୍ପାଦନ ପ୍ରକଳ୍ପର ବିକାଶ ପାଇଁ ପ୍ରାୟ ୨୬୫ ନିୟୁତ ଡଲାର୍‌ ଲାଞ୍ଚ ଦେଇଥିଲେ।

 

Share