ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର,୨।୪(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ରାଜଭବନ ଯାଇଛନ୍ତି। ସେଠାରେ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୪.୪୫ ମିନିଟ୍‌ରେ ରାଜଭବନରୁ ବାହାରି ସଡ଼କପଥରେ କଟକ ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନକୁ ଯିବେ। ସେଠାରେ ଶାରଳା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ପୁଣି ରାଜଭବନ ଫେରି ଆସି ରାତ୍ର ଯାପନ କରିବେ। ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପରେ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Share