ବିକାଶ ଅପହଞ୍ଚ: ଗାଁରେ ନାହିଁ ରାସ୍ତା କି ବିଦ୍ୟାଳୟ

କର୍ଲାମୁଣ୍ଡା,୨୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୨୦ କିମି ଦୂରରେ ଅବସ୍ଥିତ ବୋରାପଦର ପଞ୍ଚାୟତର କେର୍ଣାପଲା ଗାଁ। ୩୫ ପରିବାର ବିଶିଷ୍ଟ ଏହି ଗାଁରେ ୧୦୫ ଜଣ ମହିଳା-ପୁରୁଷ ରହିଛନ୍ତି। ତେବେ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ଗାଁକୁ ପକ୍କା ରାସ୍ତାଟିଏ ନାହିଁ,ଏପରି କି ୨୦୨୦ରେ ଗାଁରେ ଥିବା ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ର ସଂଖ୍ୟା କମ୍‌ ଥିବାରୁ ବିଦ୍ୟାଳୟକୁ ସରକାର ବନ୍ଦ କରିଦେଲେ। ଫଳରେ ଏହି ଗାଁର ୧୩ ଜଣ ଛାତ୍ରୀଛାତ୍ର ୨ କିମି ଦୂରରେ ଥିବା ମ. ରାମପୁର ବ୍ଳକ ଟୁର୍ଚ୍ଚି ବିଦ୍ୟାଳୟରେ ପାଠ ପଢୁଛନ୍ତି। ଏହା ବ୍ୟତୀତ ଜନସଂଖ୍ୟା କମ୍‌ କାରଣ କେର୍ଣାପଲା,ବତୀକୁପା ଓ ପୁରଗୁଡ଼ିପଦର ପାଇଁ ବତୀକୁପା ଗାଁରେ ରହିଛି ଅଙ୍ଗନଓ୍ବାଡି କେନ୍ଦ୍ର। ଏହି ଗାଁକୁ ଯିବାକୁ ହେଲେ ମରାମପୁର ବ୍ଲକର ଟୁର୍ଚ୍ଚିଠାରୁ ମାଟି ରାସ୍ତା ୨ କିମି ଅତିକ୍ରମ କଲାପରେ କେର୍ଣାପଲା ଗାଁ ପଡ଼ିଥାଏ। ରାସ୍ତାଟି ଖାଲଖମା ଓ କାଦୁଅ ହୋଇଥିବାରୁ ଅନେକ ସମୟରେ ବିଦ୍ୟାଳୟକୁ ଯାଉଥିବା ଛାତ୍ରୀଛାତ୍ର ଦୁର୍ଘଟଣାର ଶିକାର ହେଉଥିବା ଗାଁର ସ୍ବେଚ୍ଛାସେବୀ ଯୁବକ ବଳଭଦ୍ର ମାଝି ଅଭିଯୋଗ କରିଛନ୍ତି। ଏଣୁ ଉକ୍ତ ଗ୍ରାମର ରାସ୍ତା ନିର୍ମାଣ ସହିତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ସ୍ଥାପନ କରିବା ଓ ପ୍ରାଥମିକ ବିଦ୍ୟାଳୟକୁ ପୁଣିଥରେ ଖୋଲିବା ପାଇଁ ଗ୍ରାମବାସୀ ଅନୁରୋଧ କରିଛନ୍ତି। ଏନେଇ କର୍ଲାମୁଣ୍ଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାମଚନ୍ଦ୍ର ସାଙ୍କୁ ପଚାରିବାରୁ ପୁଣିଥରେ ବିଦ୍ୟାଳୟ ଖୋଲାଯିବାକୁ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛୁ ବୋଲି କହିଛନ୍ତି। ଠିକ୍‌ ସେହିପରି ଆଇସିଡିଏସ୍‌ ସୁପରଭାଇଜର କୁସୁମ ପଣ୍ଡାଙ୍କୁ ପଚାରିବାରୁ ଗାଁରେ କେନ୍ଦ୍ର ହେବା ପାଇଁ ଆବଶ୍ୟକ ଜନସଂଖ୍ୟା ନ ଥିବା କାରଣ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲିବା ସମ୍ଭବପର ହେଉନାହିଁ। ତଥାପି ଆମେ ଏହି ଗାଁକୁ ଆଇସିଡିଏସ୍‌ର ସୁବିଧା ଠିକ୍‌ ଭାବେ ଯୋଗାଇ ଦେଇ ଆସୁଛୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri