ରାସ୍ତାକୁ ଓହ୍ଲାଇଲେ ଆଳତୁମାବାସୀ

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.) ଅନୁଗୋଳରୁ ଯାଜପୁରକୁ ସଂଯୋଗ କରୁଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଧୀମେଇଛି। ଉକ୍ତ ବ୍ୟସ୍ତବହୁଳ ସଡ଼କ ମରଣଯନ୍ତା ପାଲଟିଥିବାବେଳେ ଏହାକୁ ନେଇ ପୁଞ୍ଜୀଭୂତ ଅସନ୍ତୋଷ ଉଗ୍ରରୂପ ନେଲାଣି। ଏହାର ପ୍ରତିବାଦରେ ବୁଧବାର ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଆଳତୁମାବାସୀ ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ଯାଜପୁର-ଭୁବନ-କାମାକ୍ଷାନଗର-ତାଳଚେର- ଅନୁଗୋଳକୁ ଯାତାୟାତ ଠପ୍‌ ହୋଇଯାଇଥିଲା।
ଅଭିଯୋଗ ଅନୁଯାୟୀ, ୫୩ନଂ. ଜାତୀୟ ରାଜପଥ କାର୍ଯ୍ୟ ଦୀର୍ଘଦିନ ହେଲା ଚାଲିଛି। ହେଲେ ଏହା ସମ୍ପୂର୍ଣ୍ଣ ହେଉନାହିଁ। ଖାଲଖମାରେ ଭର୍ତ୍ତି ହୋଇଥିବା ରାସ୍ତା ମରଣଯନ୍ତା ପାଲଟିଛି। ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ବିଭିନ୍ନ ସ୍ଥାନରେ ରାସ୍ତା ଖୋଳି ଦିଆଯାଇଥିବାରୁ ଧୂଳି ଉଡ଼ି ଅଣନିଃଶ୍ୱାସୀ କରୁଛି। ଠିକାସଂସ୍ଥା ଗୁରୁତ୍ୱ ଦେଉ ନ ଥିବାରୁ ରାସ୍ତାକାମ ବିଳମ୍ବିତ ହେବାରେ ଲାଗିଛି। ଏହାର ପ୍ରତିବାଦରେ ଆଳତୁମା ଗ୍ରାମବାସୀ ରାସ୍ତାକୁ ଓହ୍ଲାଇଥିଲେ। କାମାକ୍ଷାନଗର ଏନ୍‌ଏସି ନଗରପାଳ ଧର୍ମାନନ୍ଦ ପରିଡ଼ା, ସନ୍ତୋଷ ମହାନ୍ତି, କାଉନ୍‌ସିଲର ସଞ୍ଜୟ ପରିଡ଼ା, ଶୁଭ୍ରାଂଶୁ ମହାନ୍ତି, ହେମନ୍ତ ଦାସ, ରାସବିହାରୀ ମହାନ୍ତି, ଅନ୍ତର ମହାନ୍ତି, ତ୍ରିପୁର ଖୁଣ୍ଟିଆ, ଗୁଣ୍ଡିଚା ବେହେରା, ଆଶୁତୋଷ ସାହୁ, କାଳିଆ ମହାନ୍ତି, ସୁଶାନ୍ତ ଦାସ ପ୍ରମୁଖ ଆନ୍ଦୋଳନରେ ସାମିଲ ହୋଇଥିଲେ। ସୂଚନା ପାଇ ଥାନାଧିକାରୀ ଶରତ କୁମାର ମହାଳିକ ସଦଳବଳ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ୭ଦିନ ଭିତରେ ଜାତୀୟ ରାଜପଥ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଡାକି ଗ୍ରାମବାସୀଙ୍କ ସହ ଆଲୋଚନା କରାଯିବ। କାମ ଯେପରି ତ୍ୱରାନ୍ବିତ ହେବ, ସେ ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri