ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ମତଦାନ ହାର ୬୮.୯୮ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଗୁରୁବାର ଧାମନଗର ଉପନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆସନ୍ତା ୬ ତାରିଖରେ ଭୋଟ ଗଣତି ହେବ । ୨ ଜଣ ସ୍ବାଧୀନ ପ୍ରାର୍ଥୀଙ୍କ ସମେତ ମୋଟ୍ ୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇ ରହିଛି । କଡ଼ା ସୁରକ୍ଷା ମଧ୍ୟରେ ଇଭିଏମ୍ ଓ ଭିଭିପାଟ୍ ମେଶିନକୁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟ୍ରଙ୍ଗ୍ରୁମ୍ରେ ରଖାଯାଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।