ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ପୂର୍ଣ୍ଣ

ସମ୍ବଲପୁର,୩୦ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ଶୁକ୍ରବାର ପୂର୍ଣ୍ଣ ହୋଇଛି। ସର୍ବାଧିକ ୬୩୦ ଫୁଟ୍‌ ଜଳସ୍ତର କ୍ଷମତା ପୂରା ହୋଇଛି। ପ୍ରତିବର୍ଷ ସେପ୍ଟେମ୍ବର ଶେଷ ବେଳକୁ ଡ୍ୟାମ୍‌ରେ ଜଳସ୍ତର ଏଭଳି ରହିଥାଏ। ଶୁକ୍ରବାରଠାରୁ ପଶ୍ଚିମ ଓଡ଼ିଶା ଓ ହୀରାକୁଦ ଉପରମୁଣ୍ଡରେ ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗ ମଧ୍ୟ ଏ ନେଇ ସତର୍କ ସୂଚନା ଦେଇଛି। ଏବେ ଡ୍ୟାମ୍‌ର ୭ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୫ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ସମାନ ପରିମାଣ ଜଳ ଚାଷ, ଶିଳ୍ପ, ବିଦ୍ୟୁତ୍‌ ଉତ୍ପାଦନ ଓ ଗେଟ୍‌ ଦେଇ ନିଷ୍କାସନ କରାଯାଉଛି। ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ତେଣୁ ଜଳସ୍ତର ହ୍ରାସ କରିବା ପାଇଁ ଗେଟ୍‌ ଖୋଲିବା ସଂଖ୍ୟା ବୃଦ୍ଧି କରାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ କହିଛନ୍ତି।
ସେ ଆହୁରି କହିଛନ୍ତି, ପ୍ରତିବର୍ଷ ଡ୍ୟାମ୍‌ର ଜଳସ୍ତର ୬୩୦ଫୁଟ୍‌ ରଖାଯାଇଥାଏ। ଭୟ କରିବାର କିଛି ନାହିଁ। ବର୍ଷା ସମୟରେ ବନ୍ୟାଜଳ ସଂରକ୍ଷିତ କରାଯାଇଥାଏ। ତାହା ବର୍ଷତମାମ ଚାଷ, ବିଦ୍ୟୁତ୍‌ ଉତ୍ପାଦନ, ଶିଳ୍ପ, କଳକାରଖାନାରେ ଖର୍ଚ୍ଚ ହୋଇଥାଏ। ଅଣମୌସୁମୀ ପାଇଁ ଜଳଭଣ୍ଡାରକୁ ପୂରା କରାଯାଇଥାଏ। ଏବେ ପ୍ରବେଶ କରୁଥିବା ପରିମାଣ ଅନୁସାରେ ଜଳ ନିଷ୍କାସନ କରାଯାଉଛି। ଶନିବାରଠାରୁ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି। ତେଣୁ ଗେଟ୍‌ ସଂଖ୍ୟା ଖୋଲି ଡ୍ୟାମ୍‌କୁ ଖାଲି କରାଯିବ। ଆକ୍ଟୋବର ଶେଷସୁଦ୍ଧା ପୁଣି ଜଳସ୍ତର ୬୩୦ଫୁଟ୍‌ ରଖାଯିବ। ଅରେଞ୍ଜ ଜୋନ ଘୋଷଣା ହୋଇଥିବାରୁ ୭୦ ସେମିରୁ ୨୦୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଜଳଭଣ୍ଡାର ପକ୍ଷରୁ ପ୍ରସ୍ତୁତି କରାଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ।...

ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ

ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ,...

ସଫଳତା ଛୁଇଁବାରେ ପ୍ରତିବନ୍ଧକ ସାଜେନି ଶବ୍ଦ

ଭୁବନେଶ୍ୱର,୨୩ା୯ (ବନ୍ଦନା ସେଠୀ): ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନର ମୁଖ୍ୟ ମାଧ୍ୟମ ହେଉଛି ଭାଷା। ଆମେ କହୁଥିବା ପ୍ରତିଟି ଶବ୍ଦକୁ ନେଇ ତିଆରି ହୁଏ...

ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…

ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକ ସେବା ଭବନରେ ଭେଟିଛନ୍ତି ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଅଙ୍କିତାଙ୍କ ସହ...

ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଏମ୍‌ପି, ବିଡିଓ- ତହସିଲଦାରଙ୍କ ସହ ମିଶି କଲେ ସଫେଇ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତରେ ଆସି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ।...

ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି...

ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ…

ଭୁବନେଶ୍ୱର,୨୩ା୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri