ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି। ତେବେ ୩୧ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ୧୫ ସହରରେ ରାତି ତାପମାତ୍ରା ୨୦ ଡ଼ିଗ୍ରୀ ତଳେ ରହିଛି। କୋରାପୁଟରେ ସର୍ବନିମ୍ନ ରାତି ତାପମାତ୍ରା ୧୪.୨ ଡ଼ିଗ୍ରୀ, ଦାରିଙ୍ଗବାଡିରେ ୧୬ ଡ଼ିଗ୍ରୀ, ବୌଦ୍ଧ, ସୋନପୁର ଏବଂ ଫୁଲବାଣୀରେ ୧୭ ଡ଼ିଗ୍ରୀ ରାତି ତାପମାତ୍ରା ରେକର୍ଡ ହୋଇଛି।
#୩୦ଯାଏଁ ପାଗ ଶୁଖିଲା !!
ଆଗାମୀ ୩୦ ଅକ୍ଟୋବର ଯାଏଁ ରାଜ୍ୟରେ #ପାଗ ମୁଖ୍ୟତ ଶୁଖିଲା ରହିବାର ସମ୍ଭାବନା ଥିବାବେଳେ #୩୧ତାରିଖ ବେଳକୁ ବଙ୍ଗୋପସାଗର ଅଞ୍ଚଳରୁ #ପୂର୍ବାଳୀବାୟୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
— Meteorological Centre, Bhubaneswar (@mcbbsr) October 27, 2022