ଆସନ୍ତା ୨ ଦିନରେ ବଦଳିବ ପାଗ

ଭୁବନେଶ୍ୱର,୪।୮:ରାଜ୍ୟରେ ୨ଦିନ ଧରି ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ ୨ଦିନରେ ପାଗ ବଦଳିବ। ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲାରେ ବ୍ରଜପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୭ ତାରିଖରେ ଦେବଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ ଓ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ଓ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୮ ତାରିଖରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗିର ଓ ନୂଆପଡ଼ା, ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri