Advertisement

ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ପୂର୍ବରୁ ବସିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ନିୟମ ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବ। କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ ୨୦ ଦିନ ଗୃହ କାର୍ଯ୍ୟ ଚାଲିଥିଲା। ତେଣୁ ଡିସେମ୍ବର ପୂର୍ବରୁ ଆଉ ୪୦ ଦିନ ଗୃହ କାର୍ଯ୍ୟ ବସିବ। ତେବେ କେବେ ଅଧିବେଶନ ବସିବ, ସେନେଇ ରାଜ୍ୟପାଳଙ୍କ ନିଷ୍ପତ୍ତି ନେବେ। ରାଜ୍ୟପାଳଙ୍କ ନିଷ୍ପତ୍ତି ପରେ ଅଧିବେଶନ ବସିବା ନେଇ ପଥ ପରିଷ୍କାର ହେବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, କୋଭିଡ କଟକଣା ମଧ୍ୟ ଗତ ସେପ୍ଟେମ୍ବର ୨୯ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିଲା। ଏହା ମାତ୍ର ୮ ଦିନ ଧରି ଚାଲିଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share