ନାଏବ ସରପଞ୍ଚ ନିର୍ବାଚନ: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଫାଣ୍ଡି ଅଧିକାରୀଙ୍କ ହାତ ଭାଙ୍ଗିଦେଲେ ମହିଳା

ପାଟଣା,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଉପାନ୍ତ ଅଞ୍ଚଳ ରାଇଡିହା ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଫଳରେ ଉତ୍ତେଜନା ସୃଷ୍ଟି ହେବା ସହ ଏକ ଏକ ଗୋଷ୍ଠୀର ମହିଳାଙ୍କ ଆକ୍ରମଣରେ ସାହାରପଡ଼ା ଫାଣ୍ଡି ଅଧିକାରୀ ଶିବ ପ୍ରସାଦ ଆଇଚ ଆହତ ହୋଇଥିବା ବେଳେ ତାଙ୍କର ଡାହାଣ ହାତ ଭାଙ୍ଗିଯାଇଛି। ଘଟଣାସ୍ଥଳରେ ପାଟଣା ଥାନାଧିକାରୀ ରାଜେନ୍ଦ୍ର ସ୍ବାଇଁ ଏକ ସେକ୍ସନ ପୋଲିସ ଫୋର୍ସ ମୁତୟନ କରି ସ୍ଥିତି ସମ୍ଭାଳିରେ ଲାଗିଛନ୍ତି।

ମିଳିଥିବା ସୂଚନାନୁଯାୟୀ ରାଇଡିହା ପଞ୍ଚାୟତ ନାଏବ ସରପଞ୍ଚ ନିର୍ବାଚନ ଥିବାରୁ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆଶାୟୀ ନାଏବ ସରପଞ୍ଚ ମମିତା ମହାନ୍ତ ୭ ଓ୍ବାର୍ଡ ସଦସ୍ୟଙ୍କୁ ନେଇ ପଞ୍ଚାୟତରେ ପଶିବା ବେଳକୁ ବିରୋଧୀ ଗୋଷ୍ଠୀ ଧସ୍ତାଧସ୍ତି ହେବା ସହ ଗୋଷ୍ଠୀ ସଂଘର୍ଷ ଆରମ୍ଭ କରିଥିଲେ। ୬ ଜଣ ପୋଲିସ କର୍ମଚାରୀଙ୍କୁ ନେଇ ଫାଣ୍ଡି ଅଧିକାରୀ ଆଇନଶୃଙ୍ଖଳା ରକ୍ଷା କରିବାକୁ ଯାଇ ନିଜେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଅଧିକ ପୋଲିସ ଫୋର୍ସ ଅଣାଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri